କଟକରେ ହେବ ନେତାଜୀ ବସ୍‌ ଟର୍ମିନାଲ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):କଟକ ଖାନନଗରଠାରେ ଏକ ଅତ୍ୟାଧୁନିକ ବସ୍‌ ଟର୍ମିନାଲ ନିର୍ମାଣ ହେବ। ଏଥିପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ। ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ। ଜାନୁୟାରୀ ୨୩ରେ ନେତାଜୀ ଜୟନ୍ତୀ ପାଳନ ହେବ। ଏହି ବର୍ଷ ସମଗ୍ର ଦେଶରେ ନେତାଜୀଙ୍କ ୧୨୫ତମ ଜୟନ୍ତୀ ପାଳନ ହେବାକୁ ଯାଉଛି। ନେତାଜୀ କଟକ ଓଡ଼ିଆ ବଜାରରେ ଜନ୍ମ ଗ୍ରହଣ କରିବା ସହ ସେଠାରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ। ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ବାଦାମବାଡି ବସ୍‌ଷ୍ଟାଣ୍ଡରେ ଜନସାଧାରଣ ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଖାନନଗରଠାରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲ ପ୍ରତିଷ୍ଠା କରିବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉକ୍ତ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନୀ ଓ ସଂଗ୍ରାମ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଲାଗି ଏକ ସ୍ବତନ୍ତ୍ର କିଓସ୍କ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସମ୍ପର୍କରେ ପ୍ରଚାର ପ୍ରସାର ଲାଗି ବିଭିନ୍ନ ପେଣ୍ଟିଂ ରଖାଯିବ।
ଉକ୍ତ ଟର୍ମିନାଲରେ ଯାତ୍ରୀମାନଙ୍କ ସୁବିଧା ପାଇଁ ସବୁ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ୍‌ ଟର୍ମିନାଲ ବିଲ୍ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ସକାଶେ ସ୍ଥାନ, ସ୍ଥାନୀୟ ଓ ମୋ ବସ୍‌ ସେବା ଲାଗି ସ୍ଥାନ, ଯାନ ମରାମତି, ରକ୍ଷଣାବେକ୍ଷଣ ବ୍ଲକ, ଚାରିଚକିଆ ଯାନ ଏବଂ ଅଟୋ ଲାଗି ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ। ଲକ୍ଷେ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ୍‌ କୋର୍ଟ, ଟିକେଟ ଘର, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷାଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ଯାତ୍ରୀମାନଙ୍କ ସୁବିଧା ଲାଗି ଇଣ୍ଟିଗ୍ରେଟେଡ୍‌ ଇନ୍‌ଫରମେଶନ ମ୍ୟାନେଜମେଣ୍ଟ ସିଷ୍ଟମ ମଧ୍ୟ ରହିବ। ଏହି ନିର୍ମାଣ ଲାଗି କଟକର ରିଂରୋଡ୍‌କୁ ଆଉ ଦୁଇ କିଲୋମିଟର ସମ୍ପ୍ରସାରଣ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ପରିଚାଳନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri