୫ ପଞ୍ଚାୟତକୁ ଆସୁନି ନେଟ୍‌ୱର୍କ

ଫୁଲବାଣୀ ଅଫିସ/ଚକାପାଦ,୩୦।୧: କେନ୍ଦ୍ର ଏବଂ ରାଜ୍ୟ ସରକାର ଡିଜିଟାଲାଇଜେଶନକୁ ଗୁରୁତ୍ୱ ଦେଇ ଆସୁଥିବା ବେଳେ କନ୍ଧମାଳ ଜିଲାର ପ୍ରାୟ ସମସ୍ତ ବ୍ଲକରେ ରହିଛି ନେଟୱାର୍କ ସମସ୍ୟା। ଚକାପାଦ ବ୍ଲକର ଏପରି ଅନେକ ଗ୍ରାମ ରହିଛି ଯେଉଁଠି ଲୋକେ ନେଟୱାର୍କ ପାଇଁ ହଇରାଣ ହେଉଛନ୍ତି।
ଚକାପାଦ ବ୍ଲକର ପ୍ରାୟ ୫ ପଞ୍ଚାୟତବାସୀ କୌଣସି ମୋବାଇଲ ନେଟୱାର୍କ ପାଉନାହାନ୍ତି। ଫଳରେ ସେମାନେ ଜରୁରୀକାଳୀନ ଯୋଗଯୋଗ ବ୍ୟବସ୍ଥାରୁ ବଞ୍ଚିତ ହେଉଛନ୍ତି। ଦୀର୍ଘବର୍ଷ ହେଲା ଅଞ୍ଚଳବାସୀ ମୋବାଇଲ ଟାୱାର ସ୍ଥାପନ ପାଇଁ ଦାବି କରି ଆସୁଥିଲେ ମଧ୍ୟ କେହି ଶୁଣୁନାହାନ୍ତି। ପ୍ରଶାସନ ସବୁ ଜାଣି ନୀରବ ରହୁଥିବା ବେଳେ ଲୋକ ପ୍ରତିନିଧି ବି କିଛି ପଦକ୍ଷେପ ନେଉନାହାନ୍ତି। ଏଥିପାଇଁ ଅସନ୍ତୋଷ ବଢ଼ିବାରେ ଲାଗିଛି। ନେଟୱାର୍କ ନ ଥିବାରୁ ଏବେ ଛାତ୍ରୀଛାତ୍ରମାନେ ଅନ୍‌ଲାଇନ ପାଠ ପଢ଼ିବାରେ ହଇରାଣ ହେଉଛନ୍ତି। କେତେଜଣ ମେଧାବୀ ଛାତ୍ର ଅନ୍ୟ ଉପାୟ ନ ପାଇ ଗଛ ଉପରେ ନେଟୱାର୍କ ଖୋଜିବାକୁ ପ୍ରୟାସ କରୁଛନ୍ତି। ଚକାପାଦରେ ଏକ ଟାୱାର ଥିଲେ ମଧ୍ୟ ଅଧିକାଂଶ ସମୟ ନେଟୱାର୍କ ରହୁନାହିଁ। ୧୬ କି.ମି. ଦୂର ଟିକାବାଲିରେ ଓ ୨୦ କି.ମି ଦୂର ଗଞ୍ଜାମ ଜିଲାର ବଦାଙ୍ଗିରେ ଟାୱାର ରହିଛି। ଠିକ୍‌ ନେଟଓ୍ବାର୍କ ପାଇଁ ଚକାପାଦ ବ୍ଲକର ବିଭିନ୍ନ ଅଞ୍ଚଳରେ ମୋବାଇଲ ଟାୱାର ବସାଇବାକୁ ଅଞ୍ଚଳବାସୀ ଦାବି କରି ଆସୁଛନ୍ତି। କଖାରୁଝୋଲା ପଞ୍ଚାୟତର ଘାଟିଗୁଡା, ବନ୍ଧଖମଣ, ବୁଦୁକାଖୋଲ, ଟୋକେଇଝୋଳ, ମହାଗୁଡା, ଚାହାଳୀ ପଞ୍ଚାୟତର ଅଣ୍ଡିରୀଗଡ, ଗସମା, ନିଧିଆବେରେନା, ପସରା ପଂଚାୟତର ନନ୍ଦିନୀ, ବୁରୁପୋଲି, ଗୋଚ୍ଛାବାଡି, ବ୍ରହ୍ମଣପାଦର ଶୁବଳୀୟା, ତାଟଗୁଡା, ଅର୍ଚାଙ୍ଗି, ଚକାପାଦ ପଂଚାୟତର ରଣଗାଁ, ରୂପାଗାଁ, ରଙ୍ଗମାଟିଆ ଗ୍ରାମରେ ନେଟୱାର୍କ ସମସ୍ୟା ଥିବାରୁ ଲୋକଙ୍କ ମଧ୍ୟରେ ଆନ୍ଦୋଳନ ଦାନା ବାନ୍ଧୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri