୫ ଦିନ ହେଲା ନାହିଁ ନେଟୱାର୍କ, ପାଇପ କାମ ଚାଲିଥିବା ବେଳେ କାର୍ଯ୍ୟ ବନ୍ଦ କଲେ ଲୋକେ

ଦାରିଙ୍ଗବାଡି, ୨୨।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ ଗତ ୫ ଦିନ ହେଲା ନେଟୱାର୍କ ଅଚଳ ହୋଇପଡିଛି । ଏକ ମାତ୍ର ଭରସା ବିଏସଏନଏଲ ନେଟୱାର୍କ ଅଚଳ ହୋଇଥିଲେ ସୁଦ୍ଧା ବିଭାଗୀୟ ଅଧିକାରୀ ଏହାକୁ ମରାମତି ଦିଗରେ କୌଣସି ପଦକ୍ଷେପ ନେଇନାହାନ୍ତ। ଫଳରେ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ପ୍ରକାଶ ଯେ ଉକ୍ତ ଅଞ୍ଚଳରେ ଏକାଧିକ ସ୍ଥାନରେ ପାଣି ଯୋଗାଣ ପାଇଁ ପାଇପ ବିଛାଇବା କାର୍ଯ୍ୟ ଚାଲିଛି। ଏଥିପାଇଁ ଜେସିବି ମାଧ୍ୟମରେ ଖୋଳାଯାଇ ପାଇପ ବିଛାଯାଉଛି ତେବେ ପୁଇଗୁଡ଼ା ଘାଟିରେ ବିଏସଏନଏଲ ବିଭାଗର ଓଏଫସି (ଅଫଟିକ ଫାଇବାର କେବୁଲ )ଗୁଡିକ କଟିଯିବାରୁ ଗଦାପୁରକୁ ବିଏସଏନଏଲ ସଂଯୋଗ ବିଛିନ୍ନ ହୋଇଯାଇଛି। ରବିବାର ଅପରାହ୍ନରେ ଅଞ୍ଚଳବାସୀ ଏକତ୍ରିତ ହୋଇ ପାଇପ ବିଛାଯାଉଥିବା କାର୍ଯ୍ୟସ୍ଥଳକୁ ଆସି କେବୁଲ କାଟିଦେଇଥିବା ଜେସିବି କାର୍ଯ୍ୟ ବନ୍ଦ କରିଛନ୍ତି ।ଏହି ସମୟରେ ଚାପା ଉତ୍ତେଜନା ଦେଖାଯାଇଥିଲା। ଅଞ୍ଚଳର ସଞ୍ଜୀବ ଦେଓଙ୍କ ସମେତ ଦମନିକ ଉଠାଣ ସିଂ,ସୁରେଶ କୁମାର ସାହୁ,ସୀମାଦ୍ରୀ ଦେଓ,ଭୀମମସେନ ମଣ୍ଡଳ, ମହେଶ୍ୱର ପାତ୍ର,ଶିବରାମ ସେଠିଙ୍କ ସମେତ ବହୁ ଉପଭୋକ୍ତା ଉପସ୍ଥିତ ଥିଲେ । ଖବର ଲେଖିବା ସୁଦ୍ଧା କେହି ପ୍ରଶାସନ କିମ୍ବା ବିଏସଏନଏଲର କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚିନାହାନ୍ତି। ସେମାନଙ୍କ ଅଭିଯୋଗ ଯେ ଗତ ୫ ଦିନ ହେଲା ମୋ ସେବାକେନ୍ଦ୍ର କିମ୍ବା ଜନସେବା କେନ୍ଦ୍ର ଗୁଡିକରେ କାର୍ଯ୍ୟବନ୍ଦ ହୋଇଯାଇଛି । ବିଶେଷ କରି ସୁଭଦ୍ରା ଯୋଜନାରେ ମହିଳାମାନେ ଆବେଦନ କରିପାରୁନଥିବା ବେଳେ ଆଧାର ସଂଶୋଧନ, ବ୍ୟାଙ୍କରୁ ଟଙ୍କା ନେଣ ଦେଣରେ ବାଧାସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri