ଡଙ୍ଗରିଆଙ୍କ ପାଠପଢାରେ ନେଟୱାର୍କ ସାଜିଛି ବାଧକ, ନିୟମଗିରିରୁ ବହୁ ତଳକୁ ଓହ୍ଲାଉଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): ମୋବାଇଲ୍‌ ସେବା ଅପହଞ୍ଚ। ମାଓବାଦୀ ଭୟରେ କାମ କରୁନି ଘରୋଇ ମୋବାଇଲ ଟାୱାର । ଫଳରେ ନିୟମଗିରିକୁ ପହଞ୍ଚତ୍ ପାରିନି ମୋବାଇଲ ସେବା। କୌଣସି ଗାଁ ତ ଦୂରର କଥା ପାହାଡ, ଡଙ୍ଗର ଚଢିଲେ ବି ଆସୁନି ନେଟୱାର୍କ। ଫଳରେ ଅନଲାଇନ ପାଠପଢା ପାଇଁ ନିୟମଗିରିରୁ ବହୁ ତଳକୁ ଓହ୍ଲାଉଛନ୍ତି ଡଙ୍ଗରିଆ। ଶତାଧିକ ଡଙ୍ଗରିଆ ଛାତ୍ରୀଛାତ୍ର ଉଚ୍ଚଶିକ୍ଷା ଲାଗି ପ୍ରସ୍ତୁତ ହେଉଥିବା ବେଳେ ପ୍ରତିଦିନ ନେଟୱାର୍କ ଥିବା ଅଞ୍ଚଳକୁ ଆସି ପଢା ସାରି ପୁଣି ଘରକୁ ଫେରିବାକୁ ବାଧ୍ୟ ହେଉଛନ୍ତି। ନିୟମଗିରି ପାହାଡ ଉପରେ ଥିବା ୧୫ ଟି ରାଜସ୍ବ ଗ୍ରାମ, ୮ ଟି ହାମଲେଟର ଶହେରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପଢୁଛନ୍ତି। କିଛି ଛାତ୍ରୀଛାତ୍ର ଭୁବନେଶ୍ୱରରେ ମଧ୍ୟ ଅଧ୍ୟୟନ କରୁଛନ୍ତି। ପଞ୍ଚମରୁ ଆରମ୍ଭ କରି ଦଶମ, ଯୁକ୍ତ ଦୁଇ, ଯୁକ୍ତ ତିନି, ସ୍ନାତକ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ରହିଛନ୍ତି। ହେଲେ, ଏମାନଙ୍କ ପାଠପଢାରେ ବାଧକ ସାଜିଛି ନେଟୱାର୍କ। ଗାଁକୁ ନେଟୱର୍କ ଆସୁ ନ ଥିବାରୁ ବହୁ ଦୂର ଚାଟିକଣାକୁ ଆସି ଛାତ୍ରୀଛାତ୍ରଙ୍କୁ ପାଠ ପଢିବାକୁ ପଡୁଛି। ଅନ୍ୟପକ୍ଷରେ ଅଧିକାଂଶ ଛାତ୍ରୀଛାତ୍ରଙ୍କ ପାଖରେ ମୋବାଇଲ ମଧ୍ୟ ନାହିଁ। ଦାରିଦ୍ର ଭିତରେ ଥିବା କେତେକ ପରିବାର ମୋବାଇଲ କିଣିବା ପାଇଁ ସକ୍ଷମ ନ ଥିବା ବେଳେ କିଛି ପରିବାର ଇଚ୍ଛା ଥିବା ସତ୍ତ୍ୱେ ନେଟୱାର୍କ ନ ଥିବାରୁ ମୋବାଇଲ କିଣି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri