ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ କୋଠା। ହେଲେ, ଏଯାବତ୍‌ ତାହାକୁ ହସ୍ତାନ୍ତର ନ କରାଯିବା ଫଳରେ ଲୋକେ ରାଜସ୍ବ ସେବା ସଠିକ୍‌ ଭାବେ ପାଇ ପାରୁ ନ ଥିବା ଅଭିଯୋଗ ହୋଇଛି। ଗ୍ରାମରେ ଥିବା ଏକ ଭଙ୍ଗା ପୁରୁଣା କୋଠାରେ ରାଜସ୍ବ ସେବା ଯୋଗାଇ ଦିଆଯାଉଥିବା ବେଳେ ଲୋକଙ୍କ ପାଇଁ ସେଠାରେ ପର୍ଯ୍ୟାପ୍ତ ସୁବିଧା ନ ଥିବାରୁ ଲୋକେ ଉକ୍ତ କାର୍ଯ୍ୟାଳୟକୁ ଯିବାକୁ ଅନିଚ୍ଛା ପ୍ରକାଶ କରୁଛନ୍ତି। ଏହାକୁ ନେଇ ସ୍ଥାନୀୟ ବାସିନ୍ଦାମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ମଧ୍ୟ ଦେଖିବାକୁ ମିଳୁଛି। ନୂତନ ଭାବେ ନିର୍ମିତ କୋଠାର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ରଙ୍ଗମରାଠାରୁ ଆରମ୍ଭ କରି ଟାଇଲ, କବାଟ୍‌ ଆଦି ଖଞ୍ଜା ସରିଛି। ତଥାପି କୋଠାକୁ କାହିଁକି ହସ୍ତାନ୍ତର କରାଯାଉନାହିଁ ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି।

ଅନ୍ୟପଟେ ବର୍ଷା ହେଲେ ପୁରୁଣା କୋଠାରୁ ପାଣି ଝରିବା ସହ ସେଠାରେ ଲୋକଙ୍କ ପାଇଁ ବସିବା, ପାନୀୟ ଜଳ ଆଦି ସୁବିଧା ନ ଥିବାରୁ ନୂତନ କୋଠା ହସ୍ତାନ୍ତର ପରେ କାର୍ଯ୍ୟାଳୟକୁ ଆସୁଥିବା ଲୋକେ ସମସ୍ତ ସୁବିଧା ପାଇପାରିବେ ବୋଲିି କହିଛନ୍ତି ଗ୍ରାମବାସୀ। ଏଣୁ ସୁନ୍ଦରପୁର ରାଜସ୍ବ ଅଧୀନରେ ଆସୁଥିବା ସମସ୍ତ ପଞ୍ଚାୟତର ଲୋକଙ୍କ ସ୍ବାର୍ଥ ଲାଗି ନୂତନ କୋଠାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ଦାବି ଜୋର ଧରିଛି। ଏନେଇ ରାଜସ୍ବ ଅଧିକାରୀଙ୍କୁ ପଚାରିବାରେ ଏନେଇ ଛତ୍ରପୁର ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଖୁବ୍‌ଶୀଘ୍ର ବିଦ୍ୟୁତ୍‌ ସଂଯୋଗ ହେଲେ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ସରକାର ଜନସାଧାରଣଙ୍କ ହିତ ନିମନ୍ତେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ଉକ୍ତ କୋଠା ନିର୍ମାଣ କରାଯାଇଥିଲେ ମଧ୍ୟ ତାହା କାର୍ଯ୍ୟକ୍ଷମ ହୋଇନାହିଁ। ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବା ନିମନ୍ତେ ସୁନ୍ଦରପୁର ସରପଞ୍ଚ ଗଗନ କୁମାର ବେହେରା ଓ ଭାଜପା ନେତା ଅର୍ଜୁନ ବେହେରା ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାପା ଛେଉଣ୍ଡ ଝିଅ ବିବାହ ପାଇଁ ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୧୩।୭,(ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଯୁବ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅବହେଳିତ ନିପ୍ପେଷିତ ଗରିବ ଜନସାଧାରଣଙ୍କୁ କିଛି ନା କିଛି ଆର୍ଥିକ ସହାୟତା ପ୍ରଦାନ…

ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ

ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪…

ଆଜିଠୁ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୧୩ା୭: ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ…

ପୂରଣ ହେଲା ଇରାନର ଇଚ୍ଛା! ଏମତି ଆଘାତ ଦେଲା ଆଣ୍ଠେଇବ ଆମେରିକା

ତେହରାନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇଛି। ଯଦି ଏହି ସଂଘର୍ଷ ଆହୁରି ଲମ୍ବିଥାଏ ତେବେ କ’ଣ ହେବ? ପଶ୍ଚିମ ଏସିଆରେ…

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri