ନୂଆ ବସ୍‌ଷ୍ଟାଣ୍ଡ-ଚଣ୍ଡିଚୁଆ ରାସ୍ତା ମରଣଯନ୍ତା

ଖୋର୍ଦ୍ଧା ଅଫିସ,୧୯ା୧୦: ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡଠାରୁ ଚଣ୍ଡିଚୁଆ ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି। ୩ବର୍ଷରେ ୩ଜଣ ଠିକାଦାର ପରିବର୍ତ୍ତନ ହୋଇଥିଲେ ମଧ୍ୟ ରାସ୍ତା କାର୍ଯ୍ୟ ସରୁନାହିଁ। ରାସ୍ତାରେ ବଡ଼ ବଡ଼ ଖାଲ ସୃଷ୍ଟି ହେବା ସହ ଦୁର୍ଘଟଣା ଘଟିୁଛି। ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ୫ଶହ ମିଟର ଦୂରରେ ଏହି ରାସ୍ତା ରହିଛି। ଦୈନିକ ଜିଲାସ୍ତରୀୟ ଅଧିକାରୀମାନେ ଯାତାୟାତ କରୁଥିଲେ ମଧ୍ୟ ରାସ୍ତାର ମରାମତି ଲାଗି ଗୁରୁତ୍ୱ ଦିଆଯାଉନାହିଁ ବୋଲି ସାଧାରଣରେ ଅଭିଯୋଗ ହୋଇଛି। ଜିଲା ପ୍ରଶାସନର ଆନ୍ତରିକତା ଅଭାବ ଏବଂ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାରୁ ଏହି ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। ଅନ୍ୟପଟେ ପିସି କାରବାରରେ ଭାଗ ଛିଣ୍ଡୁ ନ ଥିବା ଯୋଗୁ ରାସ୍ତା କାର୍ଯ୍ୟରେ ବିଳମ୍ବ ଘଟୁଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।
ସୂଚନା ଅନୁଯାୟୀ, ନୂଆବସ୍‌ଷ୍ଟାଣ୍ଡଠାରୁ ଟିଏଲ୍‌ସି ଛକ ପର୍ଯ୍ୟନ୍ତ ଏହି ରାସ୍ତାର ଉଭୟ ପାର୍ଶ୍ୱରେ ବଡ଼ ବଡ଼ ଖାଲ ସୃଷ୍ଟି ହୋଇଛି। ଅଘଟଣ ଆଶଙ୍କାରେ ବାମପଟେ ଯାତାୟାତ ବନ୍ଦ ରହିଛି। ଫଳରେ ଅନେକ ସମୟରେ ଟ୍ରାଫିକ ସମସ୍ୟା ସହ ଦୁର୍ଘଟଣା ଘଟୁଛି। ଏହି ରାସ୍ତା ଦେଇ ନୟାଗଡ଼ ଏବଂ ବଲାଙ୍ଗୀରକୁ ଦୈନିକ ଶତାଧିକ ଘରୋଇ ବସ୍‌, ମାଲବାହୀ ଟ୍ରକ୍‌ ଯାତାୟାତ କରୁଛି। ହେଲେ ରାସ୍ତାର ମରାମତି ପାଇଁ ଗୁରୁତ୍ୱ ଦିଆଯାଉନାହିଁ ବୋଲି ସାମାଜିକକର୍ମୀ ଶୋଭନ ଘୋଷ କହିଛନ୍ତି। ବର୍ଷା ହେବା ଫଳରେ ଖାଲଖମାରେ ପାଣି ଜମି ରହୁଛି। ଫଳରେ ବାହାରୁ ଆସୁଥିବା ବସ, ବାଇକ୍‌ ଏହି ଖାଲରେ ପଡି ଦୁର୍ଘଟଣାର ଶିକାର ହେଉଛନ୍ତି। ଏହି ରାସ୍ତାରେ ରୋଗୀଙ୍କୁ ମେଡିକାଲ ନେଇ ଯାଉଥିବା ଆମ୍ବୁଲାନ୍ସଗୁଡ଼ିକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ଆର୍‌ଆଣ୍ଡବି ନିର୍ବାହୀ ଯନ୍ତ୍ରୀ ଦୀପକ ପାଣିଗ୍ରାହୀ କହିଛନ୍ତି, ଲଘୁଚାପ ବର୍ଷା ଯୋଗୁ ରାସ୍ତା ମରାମତି ହୋଇପାରୁନାହିଁ। ବର୍ଷା ଛାଡିବା ପରେ ମରାମତି କରାଯିବ। ଚଣ୍ଡିଚୁଆ ଛକଠାରୁ ମେଡିକାଲ ପର୍ଯ୍ୟନ୍ତ ରାସ୍ତା ସମ୍ପୂର୍ଣ୍ଣ ମରାମତି ହୋଇ ପିଚୁ କରାଯାଇଛି। ଅନ୍ୟପଟେ ଏହି ରାସ୍ତାର ୩ଟି ସ୍ଥାନରେ ପାଇପ୍‌ଲାଇନ ଯାଇଥିବାରୁ ମରାମତିରେ ଅସୁବିଧା ହେଉଛି। ପାଇପ୍‌ କାମ ସାରିବା ପରେ ରାସ୍ତା ମରାମତି କାମ ତ୍ୱରିତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri