ନୂଆ ବସ୍‌ଷ୍ଟାଣ୍ଡ-ଚଣ୍ଡିଚୁଆ ରାସ୍ତା ମରଣଯନ୍ତା

ଖୋର୍ଦ୍ଧା ଅଫିସ,୧୯ା୧୦: ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡଠାରୁ ଚଣ୍ଡିଚୁଆ ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି। ୩ବର୍ଷରେ ୩ଜଣ ଠିକାଦାର ପରିବର୍ତ୍ତନ ହୋଇଥିଲେ ମଧ୍ୟ ରାସ୍ତା କାର୍ଯ୍ୟ ସରୁନାହିଁ। ରାସ୍ତାରେ ବଡ଼ ବଡ଼ ଖାଲ ସୃଷ୍ଟି ହେବା ସହ ଦୁର୍ଘଟଣା ଘଟିୁଛି। ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ୫ଶହ ମିଟର ଦୂରରେ ଏହି ରାସ୍ତା ରହିଛି। ଦୈନିକ ଜିଲାସ୍ତରୀୟ ଅଧିକାରୀମାନେ ଯାତାୟାତ କରୁଥିଲେ ମଧ୍ୟ ରାସ୍ତାର ମରାମତି ଲାଗି ଗୁରୁତ୍ୱ ଦିଆଯାଉନାହିଁ ବୋଲି ସାଧାରଣରେ ଅଭିଯୋଗ ହୋଇଛି। ଜିଲା ପ୍ରଶାସନର ଆନ୍ତରିକତା ଅଭାବ ଏବଂ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାରୁ ଏହି ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। ଅନ୍ୟପଟେ ପିସି କାରବାରରେ ଭାଗ ଛିଣ୍ଡୁ ନ ଥିବା ଯୋଗୁ ରାସ୍ତା କାର୍ଯ୍ୟରେ ବିଳମ୍ବ ଘଟୁଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।
ସୂଚନା ଅନୁଯାୟୀ, ନୂଆବସ୍‌ଷ୍ଟାଣ୍ଡଠାରୁ ଟିଏଲ୍‌ସି ଛକ ପର୍ଯ୍ୟନ୍ତ ଏହି ରାସ୍ତାର ଉଭୟ ପାର୍ଶ୍ୱରେ ବଡ଼ ବଡ଼ ଖାଲ ସୃଷ୍ଟି ହୋଇଛି। ଅଘଟଣ ଆଶଙ୍କାରେ ବାମପଟେ ଯାତାୟାତ ବନ୍ଦ ରହିଛି। ଫଳରେ ଅନେକ ସମୟରେ ଟ୍ରାଫିକ ସମସ୍ୟା ସହ ଦୁର୍ଘଟଣା ଘଟୁଛି। ଏହି ରାସ୍ତା ଦେଇ ନୟାଗଡ଼ ଏବଂ ବଲାଙ୍ଗୀରକୁ ଦୈନିକ ଶତାଧିକ ଘରୋଇ ବସ୍‌, ମାଲବାହୀ ଟ୍ରକ୍‌ ଯାତାୟାତ କରୁଛି। ହେଲେ ରାସ୍ତାର ମରାମତି ପାଇଁ ଗୁରୁତ୍ୱ ଦିଆଯାଉନାହିଁ ବୋଲି ସାମାଜିକକର୍ମୀ ଶୋଭନ ଘୋଷ କହିଛନ୍ତି। ବର୍ଷା ହେବା ଫଳରେ ଖାଲଖମାରେ ପାଣି ଜମି ରହୁଛି। ଫଳରେ ବାହାରୁ ଆସୁଥିବା ବସ, ବାଇକ୍‌ ଏହି ଖାଲରେ ପଡି ଦୁର୍ଘଟଣାର ଶିକାର ହେଉଛନ୍ତି। ଏହି ରାସ୍ତାରେ ରୋଗୀଙ୍କୁ ମେଡିକାଲ ନେଇ ଯାଉଥିବା ଆମ୍ବୁଲାନ୍ସଗୁଡ଼ିକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ଆର୍‌ଆଣ୍ଡବି ନିର୍ବାହୀ ଯନ୍ତ୍ରୀ ଦୀପକ ପାଣିଗ୍ରାହୀ କହିଛନ୍ତି, ଲଘୁଚାପ ବର୍ଷା ଯୋଗୁ ରାସ୍ତା ମରାମତି ହୋଇପାରୁନାହିଁ। ବର୍ଷା ଛାଡିବା ପରେ ମରାମତି କରାଯିବ। ଚଣ୍ଡିଚୁଆ ଛକଠାରୁ ମେଡିକାଲ ପର୍ଯ୍ୟନ୍ତ ରାସ୍ତା ସମ୍ପୂର୍ଣ୍ଣ ମରାମତି ହୋଇ ପିଚୁ କରାଯାଇଛି। ଅନ୍ୟପଟେ ଏହି ରାସ୍ତାର ୩ଟି ସ୍ଥାନରେ ପାଇପ୍‌ଲାଇନ ଯାଇଥିବାରୁ ମରାମତିରେ ଅସୁବିଧା ହେଉଛି। ପାଇପ୍‌ କାମ ସାରିବା ପରେ ରାସ୍ତା ମରାମତି କାମ ତ୍ୱରିତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?