ବଜାରରେ କିଆ ଇଣ୍ଡିଆର ଦି ନ୍ୟୁ ସେଲ୍‌ଟସ୍‌

ଭୁବନେଶ୍ୱର,୧୫।୭(ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ମିଡ ସାଇଜ ଏସୟୁଭି ‘ଦି ନ୍ୟୁ କିଆ ସେଲଟସ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସେଣ୍ଟ୍ରାଲ କିଆ ଭୁବନେଶ୍ୱର ପକ୍ଷରୁ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ)ର ଆଞ୍ଚଳିକ ପ୍ରବନ୍ଧକ ରାଜେନ୍ଦ୍ର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସେଣ୍ଟ୍ରାଲ କିଆର ଜିଏମ ପ୍ରଶାନ୍ତ ବେହେରାଙ୍କ ଶୋରୁମର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ଦି ନ୍ୟୁ କିଆ ସେଲଟସ୍‌ରେ ଅନେକଗୁଡିଏ ଅତ୍ୟାଧୁନିକ ଜ୍ଞାନକୌଶଳ ସହିତ ବର୍ତ୍ତମାନର ଫିଚର ଏବଂ ସୁବିଧା ଉପଲବ୍ଧ ରହିଛି। ସେହିଭଳି ଉକ୍ତ ମଡେଲ ନୂଆ ରୂପରେ ଉନ୍ମୋଚିତ ସହ ବଜାର ପ୍ରବେଶ ହୋଇଥିବାବେଳେ ଏକ ଆକର୍ଷଣୀୟ ଡିଜାଇନ ଏବଂ ଉନ୍ନତ ବୈଶିଷ୍ଟ୍ୟରେ ସୁସଜ୍ଜିତ ରହିଛି। ଉଲ୍ଲେଖଯୋଗ୍ୟ, ଦି ନ୍ୟୁ ସେଲଟସ୍‌ ଉଭୟ ପେଟ୍ରୋଲ ଏବଂ ଡିଜେଲ ଭାରିଆଣ୍ଟରେ ଉପଲବ୍ଧ ହେଉଥିବାବେଳେ ଅନେକଗୁଡିଏ ଅ୍‌ୟାଧୁନିକ ବୈଶିଷ୍ଟ ସାମିଲ ରହିଛି। ସେହିଭଳି ୮ଟି ମୋନଟୋନ କଲର ସହ ୨ଟି ଡୁଆଲ କଲର ଏବଂମ୍ୟାଟେ ଫିନିସ କଲରରେ ଉପଲବ୍ଧ। ସୂଚନାଯୋଗ୍ୟ,୨୦୨୩ ଜୁଲାଇ ୧୪ରୁ ଦି ନ୍ୟୁ କିଆ ସେଲଟସ୍‌ର ସର୍ବଭାରତୀୟ ବୁକିଂ ଆରମ୍ଭ ହୋଇଥିବାବେଳେ ଏହାର ଗ୍ରାହକମାନେ ଉଭୟ ଅନଲାଇନ ଏବଂ ଅଫଲାଇନ ଜରିଆରେ ମଧ୍ୟ ଉକ୍ତ ମଡେଲବୁକ୍‌ିଂ କରିପାରିବେ। ଏପରିକି ଗ୍ରାହକମାନେ ଉଭୟ କିଆର ଅଫିସିଆଲ ଓ୍ବେବସାଇଟ ଏବଂ ସ୍ବୀକୃତିପ୍ରାପ୍ତ ଡିଲରପଏଣ୍ଟଗୁଡିକରେ ମଧ୍ୟ ବୁକିଂ କରିପାରିବେ ବୋଲି କିଆ ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?