କାର୍ଯ୍ୟଭାର ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ଡିଜିପି

ପୁରୀ,୧୭ା୮: ନୂଆ ପୋଲିସ ଡିଜି ଭାବେ ଓ୍ବାଇ ବି ଖୁରାନିଆ କାର୍ଯ୍ୟଭାର ସମ୍ଭାଳିବା ପରେ ଶନିବାର ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ। ଏହା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ଉପରେ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଖୁରାନିଆ ହରିୟାଣା ରାଜ୍ୟର ମୂଳବାସିନ୍ଦା। ତାଙ୍କ ଚାକିରି କାଳ ମଧ୍ୟରେ ସେ ସୋନପୁର, ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, ରାଉରକେଲାର ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ସେ ଡିଆଇଜି ଭାବେ ଦକ୍ଷିଣାଞ୍ଚଳ ରେଞ୍ଜ (ବ୍ରହ୍ମପୁର)ରେ କାର୍ଯ୍ୟ କରିଛନ୍ତି। ସେ କଟକ-ଭୁବନେଶ୍ବର କମିଶନରେଟର ଅତିରିକ୍ତ ପୋଲିସ କମିଶନର ଓ ପୋଲିସ କମିଶନର ଏବଂ ଡିଆଇଜି ଭାବେ ଉତ୍ତରାଞ୍ଚଳ (ସମ୍ବଲପୁର)ରେ କାର୍ଯ୍ୟ କରିଛନ୍ତି। ସେହିପରି ଆଇଜିପି (ଉତ୍ତରାଞ୍ଚଳ, ସମ୍ବଲପୁର), ଆଇଜିପି (ଏସ୍‌ଏପି), ଆଇଜିପି (ଅପରେଶନ), ବିପିଏସ୍‌ପିଏରେ ଆଇଜିପି (ଟ୍ରେନିଂ), ଆଇଜିପି (କ୍ରାଇମବ୍ରାଞ୍ଚ), ଆଇଜିପି (ଭିଜିଲାନ୍ସ) ଭାବେ କାର୍ଯ୍ୟ କରିଥିଲେ। ଏହାପରେ ସେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଭିଜିଲାନ୍ସ), କଟକ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ପ୍ରୋଭିଜନିଂ) ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ପରେ ସେ କେନ୍ଦ୍ରକୁ ଡେପୁଟେଶନରେ ଯାଇ ବିଏସ୍‌ଏଫ୍‌ର ବିଭିନ୍ନ ଉଚ୍ଚ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେ ୨୦୨୩ ଜୁନ୍‌ରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ପାଇ ନୂଆଦିଲ୍ଲୀସ୍ଥିତ ବିଏସ୍‌ଫ ମୁଖ୍ୟାଳୟଠାରେ ସ୍ବତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri