କାର୍ଯ୍ୟଭାର ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ଡିଜିପି

ପୁରୀ,୧୭ା୮: ନୂଆ ପୋଲିସ ଡିଜି ଭାବେ ଓ୍ବାଇ ବି ଖୁରାନିଆ କାର୍ଯ୍ୟଭାର ସମ୍ଭାଳିବା ପରେ ଶନିବାର ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ। ଏହା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ଉପରେ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଖୁରାନିଆ ହରିୟାଣା ରାଜ୍ୟର ମୂଳବାସିନ୍ଦା। ତାଙ୍କ ଚାକିରି କାଳ ମଧ୍ୟରେ ସେ ସୋନପୁର, ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, ରାଉରକେଲାର ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ସେ ଡିଆଇଜି ଭାବେ ଦକ୍ଷିଣାଞ୍ଚଳ ରେଞ୍ଜ (ବ୍ରହ୍ମପୁର)ରେ କାର୍ଯ୍ୟ କରିଛନ୍ତି। ସେ କଟକ-ଭୁବନେଶ୍ବର କମିଶନରେଟର ଅତିରିକ୍ତ ପୋଲିସ କମିଶନର ଓ ପୋଲିସ କମିଶନର ଏବଂ ଡିଆଇଜି ଭାବେ ଉତ୍ତରାଞ୍ଚଳ (ସମ୍ବଲପୁର)ରେ କାର୍ଯ୍ୟ କରିଛନ୍ତି। ସେହିପରି ଆଇଜିପି (ଉତ୍ତରାଞ୍ଚଳ, ସମ୍ବଲପୁର), ଆଇଜିପି (ଏସ୍‌ଏପି), ଆଇଜିପି (ଅପରେଶନ), ବିପିଏସ୍‌ପିଏରେ ଆଇଜିପି (ଟ୍ରେନିଂ), ଆଇଜିପି (କ୍ରାଇମବ୍ରାଞ୍ଚ), ଆଇଜିପି (ଭିଜିଲାନ୍ସ) ଭାବେ କାର୍ଯ୍ୟ କରିଥିଲେ। ଏହାପରେ ସେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଭିଜିଲାନ୍ସ), କଟକ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ପ୍ରୋଭିଜନିଂ) ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ପରେ ସେ କେନ୍ଦ୍ରକୁ ଡେପୁଟେଶନରେ ଯାଇ ବିଏସ୍‌ଏଫ୍‌ର ବିଭିନ୍ନ ଉଚ୍ଚ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେ ୨୦୨୩ ଜୁନ୍‌ରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ପାଇ ନୂଆଦିଲ୍ଲୀସ୍ଥିତ ବିଏସ୍‌ଫ ମୁଖ୍ୟାଳୟଠାରେ ସ୍ବତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri