ରାୟଗଡ଼ାରେ ନୂତନ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ

ରାୟଗଡ଼ା ଅଫିସ,୨୩ା୬:  ରାୟଗଡ଼ାର ନୂତନ ଜିଲାପାଳ ରୂପେ ସ୍ବଧା ଦେବସିଂହ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଜିଲାପାଳ ସରୋଜ କୁମାର ମିଶ୍ରଙ୍କଠାରୁ ସେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଏଥିପୂର୍ବରୁ ସେ ନୂଆପଡ଼ା ଜିଲାରେ ନିଜ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରି ଜନସାଧାରଣଙ୍କ ପ୍ରିୟଭାଜନ ହୋଇପାରିଥିଲେ। ରାୟଗଡ଼ାଠାରେ ଦାୟିତ୍ୱ ଗ୍ରହଣ ଅବସରରେ ନୂତନ ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା, ସୋମନାଥ ପ୍ରଧାନଙ୍କ ସମେତ କାର୍ଯ୍ୟାଳୟର ବିଭିନ୍ନ ସେକ୍ସନ ଅଫିସର, ବିଭିନ୍ନ ବିଭାଗୀୟ ଅଧିକାରୀ, ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା, କର୍ମଚାରୀ ସଂଘର କର୍ମକର୍ତ୍ତା ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଜିଲାପାଳଙ୍କୁ ସ୍ବାଗତ କରିଥିଲେ। ରାୟଗଡ଼ା ଜିଲାରେ କାର୍ଯ୍ୟକାରୀ ହେଉଥିବା ସରକାରଙ୍କ ବିଭିନ୍ନ ଯୋଜନାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଦିଗରେ କାର୍ଯ୍ୟ କରିବେ ବୋଲି ନୂତନ ଜିଲାପାଳ ଦୟିତ୍ୱ ଗ୍ରହଣ ଅବସରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

ଶହୀଦ ଭି. ତେଜାଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର

ରାୟଗଡା, ୭।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଶହୀହ ହୋଇଥିବା ଭି.ତେଜାଙ୍କୁ ତାଙ୍କ ବାସଭବନରେ ଆଜି ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି I ଗାର୍ଡ ଅଫ ହନର…

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?