ରାୟଗଡ଼ାରେ ନୂତନ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ

ରାୟଗଡ଼ା ଅଫିସ,୨୩ା୬:  ରାୟଗଡ଼ାର ନୂତନ ଜିଲାପାଳ ରୂପେ ସ୍ବଧା ଦେବସିଂହ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଜିଲାପାଳ ସରୋଜ କୁମାର ମିଶ୍ରଙ୍କଠାରୁ ସେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଏଥିପୂର୍ବରୁ ସେ ନୂଆପଡ଼ା ଜିଲାରେ ନିଜ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରି ଜନସାଧାରଣଙ୍କ ପ୍ରିୟଭାଜନ ହୋଇପାରିଥିଲେ। ରାୟଗଡ଼ାଠାରେ ଦାୟିତ୍ୱ ଗ୍ରହଣ ଅବସରରେ ନୂତନ ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା, ସୋମନାଥ ପ୍ରଧାନଙ୍କ ସମେତ କାର୍ଯ୍ୟାଳୟର ବିଭିନ୍ନ ସେକ୍ସନ ଅଫିସର, ବିଭିନ୍ନ ବିଭାଗୀୟ ଅଧିକାରୀ, ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା, କର୍ମଚାରୀ ସଂଘର କର୍ମକର୍ତ୍ତା ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଜିଲାପାଳଙ୍କୁ ସ୍ବାଗତ କରିଥିଲେ। ରାୟଗଡ଼ା ଜିଲାରେ କାର୍ଯ୍ୟକାରୀ ହେଉଥିବା ସରକାରଙ୍କ ବିଭିନ୍ନ ଯୋଜନାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଦିଗରେ କାର୍ଯ୍ୟ କରିବେ ବୋଲି ନୂତନ ଜିଲାପାଳ ଦୟିତ୍ୱ ଗ୍ରହଣ ଅବସରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

କାଗଜ କଲମରେ ସୀମିତ ଓଡ଼ିଆ ଭାଷା ସୁରକ୍ଷା

ରାୟଗଡା,୧।୪(ଭାଗ୍ୟଶ୍ରୀ ମିଶ୍ର): ସାରା ରାଜ୍ୟରେ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଉଛି l ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଗଠନ ଏବଂ ସ୍ବତନ୍ତ୍ର...

ଜନସାଧାରଣ, ସମର୍ଥକ ଚାହିଁଲେ ପୁଣି ସ୍ୱାଧୀନରେ ଲଢ଼ିବେ ମକରନ୍ଦ

ରାୟଗଡ଼ା,୩୧/୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ନିର୍ବାଚନମଣ୍ଡଳୀରେ ରାଜ୍ୟର ଏକମାତ୍ର ସ୍ୱାଧୀନ ବିଧାୟକ ଭାବେ ୨୦୧୯ରେ ବିଜୟୀ ହୋଇଥିଲେ ମକରନ୍ଦ ମୁଦୁଲି । ବିଜେଡ଼ିର ପ୍ରାର୍ଥି ତଥା...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ, ୧୯ କାଉନସିଲରଙ୍କ ଇସ୍ତଫା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବିଧାନସଭା ଆସନ ପାଇଁ ବିଜେଡି ଅନସୂୟା ମାଝିଙ୍କ ନାମ ଘୋଷଣା କରିବା ପରେ ଦଳରେ ଅନ୍ତକନ୍ଦଳ ସୃଷ୍ଟି ହୋଇଛି। ତାଙ୍କ ପ୍ରାର୍ଥତ୍ତ୍ୱକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri