ବଲାଙ୍ଗୀରରେ ଦାୟିତ୍ୱ ଗ୍ରହଣ କଲେ ନୂଆ ଜିଲାପାଳ

ବଲାଙ୍ଗୀର,୧।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ନୂତନ ଜିଲାପାଳ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଗୌରବ ଶିଓ୍ବାଜୀ ଇସଲଓ୍ବାର। ୨୦୧୯ ଆଇଏଏସ୍‌ ବ୍ୟାଚ୍‌ର ଏହି ଅଧିକାରୀ ଏଥିପୂର୍ବରୁ କୋରାପୁଟ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ଆଜି ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ଅତିରିକ୍ତ ଜିଲାପାଳ ଲମ୍ବୋଦର ଧରୁଆଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।
ଦାୟିତ୍ୱ ଗ୍ରହଣ ପରେ ସେ ଗଣମାଧ୍ୟମକୁ କହିଛନ୍ତି, ଜିଲାରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକ ଉପରେ ସେ ଫୋକସ କରିବେ। ଆଗାମୀ ସାଧାରଣ ନିର୍ବାଚନ ପରିଚାଳନା ଉପରେ ଜୋର ଦିଆଯିବ। ଏହାର ପ୍ରସ୍ତୁତି ଉପରେ ବିଶେଷ ଧ୍ୟାନ ଦିଆଯିବ। ବଲାଙ୍ଗୀର ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ ଲୋକମାନଙ୍କ ସମସ୍ୟା ସମାଧାନର ଦିଗରେ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି। ଆଜି ନୂଆ ଜିଲାପାଳଙ୍କୁ ଜିଲାର ବରିଷ୍ଠ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗୀର ଉପଜିଲାପାଳ ପ୍ରଭାସ ଦଣ୍ଡସେନା, ପାଟଣାଗଡ଼ ଉପଜିଲାପାଳ ବିଜୟ କୁମାର ସେଠୀ, ଅବକାରୀ ଅଧୀକ୍ଷକ ସୀତାକାନ୍ତ ମୁଦୁଲି, ଉଠାଜଳସେଚନ ନିର୍ବାହୀ ଯନ୍ତ୍ରୀ ସଚିଦାନନ୍ଦ ଦଳେଇ, ଜିଲା ଯୋଗାଣ ଅଧିକାରୀ ପ୍ରଭାକର ପାତ୍ର, ମିଶନ ଶକ୍ତି ଜିଲା ସଂଯୋଜିକା ସୁମନ ଦ୍ବିବେଦୀ ଓ ଅନ୍ୟମାନେ ଜିଲାପାଳ ଇସଲଓ୍ବାରଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ସ୍ବାଗତ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri