ଭୁବନେଶ୍ୱର,୨୫।୮(ବ୍ୟୁରୋ): ଖାଦ୍ୟ ଚାହିଦା ପୂରଣ କରିବାକୁ ହେଲେ କୃଷିକ୍ଷେତ୍ରରେ ନୂତନ ଚାଷ ପ୍ରଣାଳୀ ଓ ବୈଜ୍ଞାନିକ ଜ୍ଞାନକୌଶଳର ପ୍ରୟୋଗ ଆବଶ୍ୟକ। ସୀମିତ ଚାଷ ଜମିରୁ ଅଧିକ ଖାଦ୍ୟ ସାମଗ୍ରୀ ଉପତ୍ାଦନ ଏବଂ ଓଡ଼ିଶା ପରି ଏକ ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ରାଜ୍ୟରେ ପରିବେଶ ଅନୁକୂଳ ଚାଷ ନିମନ୍ତେ ଅଧିକ ଗବେଷଣା ଦରକାର ବୋଲି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି।
ସୋମବାର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୫୯ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ସାହୁ କହିଥିଲେ, ଆଧୁନିକ ଜ୍ଞାନ କୌଶଳ ଉଦ୍ଭାବନ ସହ ତାହାକୁ ଚାଷୀଙ୍କ ନିକଟରେ ପହଞ୍ଚାଇବା ପାଇଁ ଓୟୁଏଟି ନିଷ୍ଠା ଓ ଆନ୍ତରିକତାର ସହିତ କାର୍ଯ୍ୟ କରିବା ଉଚିତ। ଏଥିସହିତ କୃଷିକ୍ଷେତ୍ରରେ କୋଭିଡ୍-୧୯ ଆଧାରିତ ଗବେଷଣା କରି ନିର୍ଯାସ ବାହାର କରିପାରିଲେ ଏହା ଭବିଷ୍ୟତ ନୀତି ନିର୍ଦ୍ଧାରଣରେ ସହାୟକ ହେବ। ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ପୱନ କୁମାର ଅଗ୍ରୱାଲ ପୌରୋହିତ୍ୟ କରି କୃଷି ଓ ଆନୁଷଙ୍ଗିକ ଶିକ୍ଷା କ୍ଷେତ୍ରରେ ମାନବୃଦ୍ଧି ନିମନ୍ତେ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଥିବା କହିଥିଲେ। ଆମେରିକାସ୍ଥିତ ନେବ୍ରାସ୍କ ଲିଙ୍କନ ବିଶ୍ୱବିଦ୍ୟାଳୟ ପ୍ରଫେସର ଡ. ପି. ଷ୍ଟିଫେନ୍ ବେନ୍ଜିଗର ଓ ପ୍ରଫେସର ଚିତ୍ତରଞ୍ଜନ ରାୟ ପ୍ରମୁଖ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ବିଶ୍ୱର ଖାଦ୍ୟ ସୁରକ୍ଷା ପୂରଣ ଦିଗରେ କୃଷିର ଭୂମିକା ସମ୍ପର୍କରେ କହିଥିଲେ। କୃଷି ମହାବିଦ୍ୟାଳୟ ଡିନ୍ ପ୍ରଫେସର ସଞ୍ଜୟ କୁମାର ଦାଶ ସ୍ବାଗତ ଭାଷଣ ଓ ଓୟୁଏଟି ସମ୍ପ୍ରସାରଣ ଶାଖାର ଡିନ୍ ପ୍ରଫେସର ଲଳିତ ମୋହନ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ। ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ପୁସ୍ତକ, ନିଉଜ ଲେଟର, ସୂଚନା ପୁସ୍ତିକା ଓ ସିଡୀ ଉନ୍ମୋଚିତ ହୋଇଥିଲା।
ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …
ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...
ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍
ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି...
ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍ ଆସିଲା ଭାଲୁ : ପରେ…
ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...
ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା
କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...
ସଙ୍କଟରେ ପକ୍ଷୀକୁଳ
ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...
ଉଦ୍ଦେଶ୍ୟ ଓ ଉଦାସୀନତା
ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...
କାଠଗଡ଼ାକୁ ଯିବେ ରହମାନ୍ ଡକୈତ
ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...
ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...
Archives


