ଭୁବନେଶ୍ୱର,୨୫।୮(ବ୍ୟୁରୋ): ଖାଦ୍ୟ ଚାହିଦା ପୂରଣ କରିବାକୁ ହେଲେ କୃଷିକ୍ଷେତ୍ରରେ ନୂତନ ଚାଷ ପ୍ରଣାଳୀ ଓ ବୈଜ୍ଞାନିକ ଜ୍ଞାନକୌଶଳର ପ୍ରୟୋଗ ଆବଶ୍ୟକ। ସୀମିତ ଚାଷ ଜମିରୁ ଅଧିକ ଖାଦ୍ୟ ସାମଗ୍ରୀ ଉପତ୍ାଦନ ଏବଂ ଓଡ଼ିଶା ପରି ଏକ ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ରାଜ୍ୟରେ ପରିବେଶ ଅନୁକୂଳ ଚାଷ ନିମନ୍ତେ ଅଧିକ ଗବେଷଣା ଦରକାର ବୋଲି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି।
ସୋମବାର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୫୯ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ସାହୁ କହିଥିଲେ, ଆଧୁନିକ ଜ୍ଞାନ କୌଶଳ ଉଦ୍ଭାବନ ସହ ତାହାକୁ ଚାଷୀଙ୍କ ନିକଟରେ ପହଞ୍ଚାଇବା ପାଇଁ ଓୟୁଏଟି ନିଷ୍ଠା ଓ ଆନ୍ତରିକତାର ସହିତ କାର୍ଯ୍ୟ କରିବା ଉଚିତ। ଏଥିସହିତ କୃଷିକ୍ଷେତ୍ରରେ କୋଭିଡ୍-୧୯ ଆଧାରିତ ଗବେଷଣା କରି ନିର୍ଯାସ ବାହାର କରିପାରିଲେ ଏହା ଭବିଷ୍ୟତ ନୀତି ନିର୍ଦ୍ଧାରଣରେ ସହାୟକ ହେବ। ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ପୱନ କୁମାର ଅଗ୍ରୱାଲ ପୌରୋହିତ୍ୟ କରି କୃଷି ଓ ଆନୁଷଙ୍ଗିକ ଶିକ୍ଷା କ୍ଷେତ୍ରରେ ମାନବୃଦ୍ଧି ନିମନ୍ତେ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଥିବା କହିଥିଲେ। ଆମେରିକାସ୍ଥିତ ନେବ୍ରାସ୍କ ଲିଙ୍କନ ବିଶ୍ୱବିଦ୍ୟାଳୟ ପ୍ରଫେସର ଡ. ପି. ଷ୍ଟିଫେନ୍ ବେନ୍ଜିଗର ଓ ପ୍ରଫେସର ଚିତ୍ତରଞ୍ଜନ ରାୟ ପ୍ରମୁଖ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ବିଶ୍ୱର ଖାଦ୍ୟ ସୁରକ୍ଷା ପୂରଣ ଦିଗରେ କୃଷିର ଭୂମିକା ସମ୍ପର୍କରେ କହିଥିଲେ। କୃଷି ମହାବିଦ୍ୟାଳୟ ଡିନ୍ ପ୍ରଫେସର ସଞ୍ଜୟ କୁମାର ଦାଶ ସ୍ବାଗତ ଭାଷଣ ଓ ଓୟୁଏଟି ସମ୍ପ୍ରସାରଣ ଶାଖାର ଡିନ୍ ପ୍ରଫେସର ଲଳିତ ମୋହନ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ। ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ପୁସ୍ତକ, ନିଉଜ ଲେଟର, ସୂଚନା ପୁସ୍ତିକା ଓ ସିଡୀ ଉନ୍ମୋଚିତ ହୋଇଥିଲା।
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…
ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…
ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?
ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
Archives

