ଖାଦ୍ୟ ଚାହିଦା ପୂରଣ କରିବ ନୂଆ ଚାଷ ପ୍ରଣାଳୀ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଖାଦ୍ୟ ଚାହିଦା ପୂରଣ କରିବାକୁ ହେଲେ କୃଷିକ୍ଷେତ୍ରରେ ନୂତନ ଚାଷ ପ୍ରଣାଳୀ ଓ ବୈଜ୍ଞାନିକ ଜ୍ଞାନକୌଶଳର ପ୍ରୟୋଗ ଆବଶ୍ୟକ। ସୀମିତ ଚାଷ ଜମିରୁ ଅଧିକ ଖାଦ୍ୟ ସାମଗ୍ରୀ ଉପତ୍ାଦନ ଏବଂ ଓଡ଼ିଶା ପରି ଏକ ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ରାଜ୍ୟରେ ପରିବେଶ ଅନୁକୂଳ ଚାଷ ନିମନ୍ତେ ଅଧିକ ଗବେଷଣା ଦରକାର ବୋଲି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି।
ସୋମବାର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୫୯ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ସାହୁ କହିଥିଲେ, ଆଧୁନିକ ଜ୍ଞାନ କୌଶଳ ଉଦ୍ଭାବନ ସହ ତାହାକୁ ଚାଷୀଙ୍କ ନିକଟରେ ପହଞ୍ଚାଇବା ପାଇଁ ଓୟୁଏଟି ନିଷ୍ଠା ଓ ଆନ୍ତରିକତାର ସହିତ କାର୍ଯ୍ୟ କରିବା ଉଚିତ। ଏଥିସହିତ କୃଷିକ୍ଷେତ୍ରରେ କୋଭିଡ୍‌-୧୯ ଆଧାରିତ ଗବେଷଣା କରି ନିର୍ଯାସ ବାହାର କରିପାରିଲେ ଏହା ଭବିଷ୍ୟତ ନୀତି ନିର୍ଦ୍ଧାରଣରେ ସହାୟକ ହେବ। ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ପୱନ କୁମାର ଅଗ୍ରୱାଲ ପୌରୋହିତ୍ୟ କରି କୃଷି ଓ ଆନୁଷଙ୍ଗିକ ଶିକ୍ଷା କ୍ଷେତ୍ରରେ ମାନବୃଦ୍ଧି ନିମନ୍ତେ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଥିବା କହିଥିଲେ। ଆମେରିକାସ୍ଥିତ ନେବ୍ରାସ୍କ ଲିଙ୍କନ ବିଶ୍ୱବିଦ୍ୟାଳୟ ପ୍ରଫେସର ଡ. ପି. ଷ୍ଟିଫେନ୍‌ ବେନ୍‌ଜିଗର ଓ ପ୍ରଫେସର ଚିତ୍ତରଞ୍ଜନ ରାୟ ପ୍ରମୁଖ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ବିଶ୍ୱର ଖାଦ୍ୟ ସୁରକ୍ଷା ପୂରଣ ଦିଗରେ କୃଷିର ଭୂମିକା ସମ୍ପର୍କରେ କହିଥିଲେ। କୃଷି ମହାବିଦ୍ୟାଳୟ ଡିନ୍‌ ପ୍ରଫେସର ସଞ୍ଜୟ କୁମାର ଦାଶ ସ୍ବାଗତ ଭାଷଣ ଓ ଓୟୁଏଟି ସମ୍ପ୍ରସାରଣ ଶାଖାର ଡିନ୍‌ ପ୍ରଫେସର ଲଳିତ ମୋହନ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ। ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ପୁସ୍ତକ, ନିଉଜ ଲେଟର, ସୂଚନା ପୁସ୍ତିକା ଓ ସିଡୀ ଉନ୍ମୋଚିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri