ନୂଆ ରୂପନେବ ନୂଆପୋଖରୀ

ଢେଙ୍କାନାଳ ଅଫିସ, ୨୮।୪ – ନୂଆରୂପ ନେବ ଢେଙ୍କାନାଳ ପୌରାଞ୍ଚଳର ପୁରାତନ ନୂଆପୋଖରୀ (ଭାଗୀରଥି ସାଗର)। ଏହାର ଉନ୍ନତୀକରଣ ଲାଗି ପୌରସଂସ୍ଥା ପକ୍ଷରୁ ସରକାରଙ୍କୁ ୪ କୋଟି ୭୨ଲକ୍ଷ ଟଙ୍କାର ପ୍ରସ୍ତାବ ଦିଆଯାଇଛି। ପ୍ରସ୍ତାବ ଅନୁମୋଦିତ ହେଲେ କାର୍ଯ୍ୟ ଆରମ୍ଭ ହେବ। ଏଥିଲାଗି ପୌରସଂସ୍ଥା ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି।
ସରକାରଙ୍କୁ ଦିଆଯାଇଥିବା ପ୍ରସ୍ତାବ ଅନୁଯାୟୀ, ପୋଖରୀର ଦଳ ସଫା କରାଯିବା ସହ ଅଧିକ ଗଭୀର କରାଯିବ। ଏହା ମଝିରେ ଥିବା ମନ୍ଦିରର ଉନ୍ନତୀକରଣ କରାଯିବ। ପୋଖରୀ କୂଳରୁ ମନ୍ଦିର ଯାଏ ଏକ ପାଥୱେ ନିର୍ମାଣ ହେବ। ଏହାର ଚାରିପଟେ ପ୍ରାତଃ ଓ ସନ୍ଧ୍ୟାରେ ଭ୍ରମଣ ଲାଗି ଚଲାପଥ କରାଯିବ। ଜଳାଶୟ ନିକଟରେ ଅତ୍ୟାଧୁନିକ ପାର୍କ ନିର୍ମାଣ ହେବ। ପୋଖରୀ ଚତୁଃପାର୍ଶ୍ୱରୁ ଆଲୋକୀକରଣ ସହ ବୋଟିଂ ବ୍ୟବସ୍ଥା ରହିବ। ସୂଚନାଯୋଗ୍ୟ, ଶୀତଦିନେ ବିଦେଶୀ ପକ୍ଷୀଙ୍କ କଳରବରେ ମୁଖରିତ ହୋଇଉଠେ ନୂଆପୋଖରୀ। ହେଲେ ରକ୍ଷଣାବେକ୍ଷଣ ଅଭାବରୁ ଏହି ପ୍ରାଚୀନ ଜଳାଶୟ ଦଳରେ ଭର୍ତ୍ତି ହୋଇଛି। ତେଣୁ ବୋଟିଂ ବ୍ୟବସ୍ଥା କରିବା ସମ୍ଭବପର ହେଉନାହିଁ ।
ଏ ସଂକ୍ରାନ୍ତରେ ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ କୁହନ୍ତି, ସବୁ ଜିଲା ସଦର ମହକୁମାରେ ଭଲ ପାର୍କ କରିବା ଲାଗି ସରକାର ପ୍ରସ୍ତାବ ମାଗିଥିଲେ। ତଦନୁଯାୟୀ ନୂଆ ପୋଖରୀର ନାମ ସୁପାରିସ କରାଯାଇଛି। ସରକାରଙ୍କୁ ୪କୋଟି ୭୨ଲକ୍ଷର ପ୍ରସ୍ତାବ ଦିଆଯାଇଛି। ପ୍ରସ୍ତାବ ଅନୁମୋଦନ ହେବା ପରେ ତୁରନ୍ତ କାର୍ଯ୍ୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri