ଆଜି ଶପଥ ନେବେ ନୂଆ ରାଜ୍ୟପାଳ

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର):ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଗୁରୁବାର ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନୂଆ ରାଜ୍ୟପାଳଙ୍କୁ ସ୍ବାଗତ ଜଣାଇଛନ୍ତି। ରାଜଭବନ ପକ୍ଷରୁ ବିମାନବନ୍ଦରଠାରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଛି। ଶୁକ୍ରବାର ରାଜଭବନଠାରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମ ରହିଛି। ହାଇକୋର୍ଟର ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇବେ।
ହରିବାବୁ ବିମାନବନ୍ଦରରୁ ବାହାରି ପୁରୀ ଗସ୍ତ କରିଛନ୍ତି। ଏହି ଅବସରରେ ସେ ଶ୍ରୀଜୀଉଙ୍କ ଦର୍ଶନ ସାରି ପୁରୀ ରାଜଭବନଠାରେ ରାତ୍ରିଯାପନ କରିଛନ୍ତି। ଶୁକ୍ରବାର ଭୁବନେଶ୍ୱର ଆସି ରାଜଭବନରେ ଶପଥ ନେବେ। ମିଳିଥିବା ସୂଚନା ମୁତାବକ, ନୂଆ ରାଜ୍ୟପାଳଙ୍କୁ ଆସନ୍ତା ୬ରେ ଭାଜପାର ବିଧାୟକ ଏବଂ ମନ୍ତ୍ରୀମାନେ ରାଜ୍ୟପାଳଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।
ଗତ ଡିସେମ୍ବର ୨୪ରେ ଓଡ଼ିଶାର ରାଜ୍ୟପାଳ ଭାବେ ହରିବାବୁ କମ୍ଭମପତି ନିଯୁକ୍ତ ହୋଇଥିଲେ। ପୂର୍ବରୁ ସେ ମିଜୋରାମର ରାଜ୍ୟପାଳ ଥିଲେ। ଛାତ୍ର ରାଜନୀତିରୁ କ୍ୟାରିୟର ଆରମ୍ଭ କରିଥିବା କମ୍ଭମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନ ବେଳେ ଗିରଫ ହୋଇ ୬ ମାସ ଜେଲ ଯାଇଥିଲେ। ୧୯୯୯ରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୧୪ରେ ବିଶାଖାପାଟଣା ଲୋକ ସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri