ଆଜି ଶପଥ ନେବେ ନୂଆ ରାଜ୍ୟପାଳ

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର):ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଗୁରୁବାର ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନୂଆ ରାଜ୍ୟପାଳଙ୍କୁ ସ୍ବାଗତ ଜଣାଇଛନ୍ତି। ରାଜଭବନ ପକ୍ଷରୁ ବିମାନବନ୍ଦରଠାରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଛି। ଶୁକ୍ରବାର ରାଜଭବନଠାରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମ ରହିଛି। ହାଇକୋର୍ଟର ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇବେ।
ହରିବାବୁ ବିମାନବନ୍ଦରରୁ ବାହାରି ପୁରୀ ଗସ୍ତ କରିଛନ୍ତି। ଏହି ଅବସରରେ ସେ ଶ୍ରୀଜୀଉଙ୍କ ଦର୍ଶନ ସାରି ପୁରୀ ରାଜଭବନଠାରେ ରାତ୍ରିଯାପନ କରିଛନ୍ତି। ଶୁକ୍ରବାର ଭୁବନେଶ୍ୱର ଆସି ରାଜଭବନରେ ଶପଥ ନେବେ। ମିଳିଥିବା ସୂଚନା ମୁତାବକ, ନୂଆ ରାଜ୍ୟପାଳଙ୍କୁ ଆସନ୍ତା ୬ରେ ଭାଜପାର ବିଧାୟକ ଏବଂ ମନ୍ତ୍ରୀମାନେ ରାଜ୍ୟପାଳଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।
ଗତ ଡିସେମ୍ବର ୨୪ରେ ଓଡ଼ିଶାର ରାଜ୍ୟପାଳ ଭାବେ ହରିବାବୁ କମ୍ଭମପତି ନିଯୁକ୍ତ ହୋଇଥିଲେ। ପୂର୍ବରୁ ସେ ମିଜୋରାମର ରାଜ୍ୟପାଳ ଥିଲେ। ଛାତ୍ର ରାଜନୀତିରୁ କ୍ୟାରିୟର ଆରମ୍ଭ କରିଥିବା କମ୍ଭମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନ ବେଳେ ଗିରଫ ହୋଇ ୬ ମାସ ଜେଲ ଯାଇଥିଲେ। ୧୯୯୯ରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୧୪ରେ ବିଶାଖାପାଟଣା ଲୋକ ସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?