ମୁଣ୍ଡିଆ ମାରି ବିଧାନସଭାରେ ପ୍ରବେଶ କଲେ ନୂଆ ବିଧାୟକ

ଭୁବନେଶ୍ୱର,୧୮।୬: ଓଡିଶାରେ ଭାଜପା ସରକାର ଗଠନ ହେବା ପରେ ମଙ୍ଗଳବାରଠାରୁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ଅନେକ ବିଧାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିବା ଆରମ୍ଭ କରିଛନ୍ତି। ନୂଆ ବିଧାୟକମାନେ ବିଧାନସଭା ଦ୍ୱାରରେ ମୁଣ୍ଡିଆ ମାରି ପ୍ରବେଶ କରୁଥିବା ଦେଖାଯାଇଛି।
୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ମଙ୍ଗଳବାର ଏବଂ ବୁଧବାର ଶପଥ ଗ୍ରହଣ କରିବେ। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେଇଥିବା ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ କରାଇବେ। ନିୟମାନୁଯାୟୀ, ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶପଥ ଗ୍ରହଣ କରିବା ପରେ ଯାଇ ଅନ୍ୟ ସମସ୍ତ ନିର୍ବାଚିତ ପ୍ରତିନିଧିମାନେ ଶପଥ ନେଇପାରିବେ। ମଙ୍ଗଳବାର ଏବଂ ବୁଧବାର ଦୁଇ ଦିନ ୧୦ଟାରୁ ୫ଟା ଭିତରେ ସମସ୍ତ ବିଧାୟକ ଶପଥ ଗ୍ରହଣ କରିବେ। ତେଣୁ ଏଥିଲାଗି ବିଧାନସଭା ଭିତରେ ଏବଂ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସମସ୍ତ ନିର୍ବାଚିତ ବିଧାୟକ ପ୍ରାର୍ଥୀମାନେ ଏହି ଶପଥ ପାଠ କରିସାରିଲେ ହିଁ ବିଧାନସଭାର ସମସ୍ତ କାର୍ଯ୍ୟରେ ସାମିଲ ହୋଇପାରିବେ। ଯେପରି ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବାଚସ୍ପତି ନିର୍ବାଚନ, ସେଥିରେ ମଧ୍ୟ ଶପଥ ନେଇସାରିବା ପରେ ବିଧାୟକମାନେ ଭାଗ ନେଇପାରିବେ। ଯେଉଁମାନେ ଏହି ଦୁଇ ଦିନରେ କୌଣସି କାରଣବଶତଃ ଶପଥ ନ ନେଲେ ସେମାନେ ବାଚସ୍ପତି ନିର୍ବାଚନରେ ଭୋଟ୍‌ ଦେଇପାରିବେ ନାହିଁ। ନୂଆ ବାଚସ୍ପତି ଆସିବା ପରେ ତାଙ୍କ ଚାମ୍ବରରେ ଯାଇ ଶପଥ ନେବେ।
ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ୧୯ ତାରିଖରେ ପ୍ରାର୍ଥୀମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ୨୦ରେ ବାଚସ୍ପତି ପଦ ଲାଗି ଭୋଟିଂ ହେବାକୁ ଥିବାବେଳେ କେତେଜଣ ଏଥିଲାଗି ନାମାଙ୍କନ ଦାଖଲ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି। ବିରୋଧୀ ପ୍ରାୟତଃ ବାଚସ୍ପତି ନିର୍ବାଚନ ଲାଗି ନିଜର ପ୍ରାର୍ଥୀ ଦେଇ ନ ପାରନ୍ତି। ଅନ୍ୟପଟେ ଭାଜପାରୁ କାହାକୁ ବାଚସ୍ପତି ପଦ ଲାଗି ପ୍ରାର୍ଥୀ କରାଯାଉଛି ତାହା ଉପରେ ସମସ୍ତଙ୍କ ନଜର ରହିଛି। ନୂଆ ବାଚସ୍ପତି ନିର୍ବାଚନ ପରିଚାଳନା ମଧ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri