ବଜାରକୁ ଆସିଲା ଓପୋର ନୂଆ ରେନୋ ୧୨ ସିରିଜ

ଭୁବନେଶ୍ୱର,୧୮।୭ (ଅଭୟ ଦାଶ): ଦେଶର ପ୍ରମୁଖ ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ତଥା ଓପୋ ଇଣ୍ଡିଆର ନୂଆ ‘ରେନୋ୧୨ ୫ଜି ସିରିଜ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଭାରତୀୟ ବଜାରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) ଫୋନ୍‌ଗୁଡ଼ିକର ଉପଲବ୍ଧତାକୁ ତ୍ୱରାନ୍ବିତ କରିବା ପାଇଁ ବ୍ରାଣ୍ଡ୍‌ର ଏହା ପ୍ରଥମ ପଦକ୍ଷେପ ହୋଇଥିଲାବେଳେ ଅତ୍ୟାଧୁନିକ ଜ୍ଞାନକୌଶଳ ଓ ସମସ୍ତ ପ୍ରକାର ବୈଶିଷ୍ଟ୍ୟ ଏହି ସିରିଜରେ ଉପଲବ୍ଧ ରହିଛି। ଏପରିକି ଏହି ନୂତନ ସିରିଜରେ ଜଟିଳ ଫଟୋ ଏଡିଟିଂର ସମସ୍ୟା ବିନା ତ୍ରୁଟିହୀନ ଓ ମଜାଦାର ଫଟୋଗୁଡ଼ିକ ପାଇଁ ଏଆଇ ଇରେଜର ୨.୦, ଏଆଇ କ୍ଲିୟର ଫେସ୍‌, ଏଆଇ ବେଷ୍ଟ ଫେସ୍‌ ଓ ସ୍ମାର୍ଟ ଇମେଜ ମ୍ୟାଟିଂ ୨.୦ ଭଳି ଫିଚର ସାମିଲ ରହିଛି। ସେହିଭଳି ଏହି ଡିଭାଇସ୍‌ରେ ଗୁଗଲ ଜେମିନି ଏଲ୍‌ଏଲ୍‌ଏମ୍‌ ଦ୍ୱାରା ପରିଚାଳିତ ଏଆଇ ଟୁଲ୍‌ବକ୍ସ ମଧ୍ୟ ସାମିଲ ରହିଛି, ଯେଉଁଥିରେ ଏଆଇ ରାଇଟର,ଏଆଇ ସମରୀ ଓ ଏଆଇ ସ୍ପିକ୍‌ ଭଳି ଫିଚର ସାମିଲ ରହିଛି।ଏ ସମ୍ପର୍କରେ ଓପୋ ଇଣ୍ଡିଆର ମୁଖ୍ୟ (ପ୍ରଡକ୍ଟ ଷ୍ଟ୍ରାଟେଜି ବିଭାଗ) ପିଟର ଡୋୟଙ୍ଗ୍‌ ଲି କହିଛନ୍ତି, ରେନୋ ୧୨ ସିରିଜ୍‌ ଓପୋ ପାଇଁ ଏକ ବଡ଼ ସଫଳତାକୁ ଚିହ୍ନିତ କରିଛି। କାରଣ ଆମେ ଏଆଇ ଫୋନ୍‌ର ଗ୍ରହଣୀୟତାକୁ ବୃଦ୍ଧି କରିବା ପାଇଁ ପ୍ରତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri