୧ ଏକରରେ ହେବ ନୂତନ ଉପାସନା ସ୍ଥଳୀ

ଢେଙ୍କାନାଳ ଅଫିସ, ୮।୪: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଢେଙ୍କାନାଳ ଜିଲା ଯୋରନ୍ଦା ମହିମାଗାଦି ନିକଟରେ କୌପୀନଧାରୀ ମହିମା ସମାଜ ସାଧୁସନ୍ଥଙ୍କ ପାଇଁ ନିର୍ମାଣ ହେବ ନୂତନ ଉପାସନା ସ୍ଥଳୀ। ଗାଦିମନ୍ଦିର ନିକଟବର୍ତ୍ତୀ ଦଲକ ପଡ଼ିଆ ପୋଖରୀ ପାଖରେ ଏଥିଲାଗି ୧ ଏକର ଜମି ଚିହ୍ନଟ ହୋଇଥିବାବେଳେ ଶୁକ୍ରବାର ପୂର୍ବାହ୍ନରେ ଏହାର ଶିଳାନ୍ୟାସ କାର୍ଯ୍ୟ ସମ୍ପନ୍ନ ହୋଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ପୂର୍ବାହ୍ନ ୧୧ଟାରେ ପାରମ୍ପରିକ ଭାବେ ନଡ଼ିଆ ଭଙ୍ଗାଯାଇ ଗୋମୟ ସିଞ୍ଚନ କରାଯିବା ପରେ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହିମା ଭଜନକୀର୍ତ୍ତନ, ଘଣ୍ଟବାଦ୍ୟ, ହୁଳହୁଳି, ଅଲେଖ ମହିମା ଧ୍ୱନିରେ ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଜିଲାର ବିଭିନ୍ନ ସ୍ଥାନ ସମେତ ମାଲକାନଗିରି, ନବରଙ୍ଗପୁର ଅଞ୍ଚଳରୁ ବହୁ ସାଧୁମଣ୍ଡଳୀଙ୍କ ସମାଗମ ହୋଇଥିଲା। କୌପୀନଧାରୀ ମହିମା ସମାଜ ପକ୍ଷରୁ ଶ୍ରୀମଦ୍‌ ରଘୁନାଥ ବାବା, ସୁଶାନ୍ତ ବାବା, ଅବିନାଶୀ ବାବା, ରମେଶ ବାବା, ଅଭୟ ବାବା, କରୁଣାକର ବାବା, ମହିମା ଜ୍ୟୋତିଯାତ୍ରା ସଂଯୋଜକ ପ୍ରଦ୍ୟୁମ୍ନ ରଥ, ଯୋରନ୍ଦା ବିକାଶ ପରିଷଦ ସଭାପତି ବିପିନ ବିହାରୀ ସିଂ, ସମିତିସଭ୍ୟ ପ୍ରତ୍ୟୁଷହରି ପ୍ରଧାନ, ତପୋବନ ପତ୍ରିକା ସମ୍ପାଦକ ପ୍ରଶାନ୍ତ ମହାପାତ୍ର, ସଭ୍ୟ ନିରଞ୍ଜନ ପତି, ବୀଣାକାର ବାବା, ଭାଜପା ନେତା ରାମଚନ୍ଦ୍ର ପାତ୍ର, ସୁନୀଲ ଶର୍ମାଙ୍କ ସମେତ ସହସ୍ରାଧିକ ଅନୁଗାମୀ, ଶ୍ରଦ୍ଧାଳୁ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ମହିମାଗାଦିର ତୃତୀୟବେଢ଼ା ପରିସରରେ ଥିବା କୌପୀନଧାରୀ ମହିମା ସାଧୁଙ୍କ ଉପାସନା ସ୍ଥଳୀକୁ ନେଇ ବଳ୍କଳଧାରୀ ଏବଂ କୌପିନଧାରୀ ଗୋଷ୍ଠୀ ମଧ୍ୟରେ ଦୀର୍ଘ ବର୍ଷ ଧରି ବିବାଦୀୟ ପରିସ୍ଥିତି ଲାଗି ରହିଥିଲା। ଗତବର୍ଷ ନଭେମ୍ବର ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହାର ଉଚ୍ଛେଦ କରାଯାଇଥିଲା। ତଥାପି ବିବାଦ ତୁଟି ନ ଥିଲା। ମାଘମେଳା ପରେ ଏହାର ସ୍ଥାୟୀ ସମାଧାନ କରାଯିବ ବୋଲି ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। କୌପୀନଧାରୀଙ୍କ ଉପାସନାସ୍ଥଳୀ ନିର୍ମାଣ ପାଇଁ ଶିଳାନ୍ୟାସ ହେବାପରେ ସାଢ଼େ ୪ମାସ ଧରି ଲାଗି ରହିଥିବା ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଥିବା ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri