ଫୋନ୍‌ପେର ନୂତନ ପ୍ଲାଟ୍‌ଫର୍ମ ଉନ୍ମୋଚିତ

ଭୁବନେଶ୍ୱର,୨୫।୬: ଫୋନ୍‌ପେର ନୂତନ ପ୍ଲାଟ୍‌ଫର୍ମ ‘ଫୋନ୍‌ପେ ବିଜ୍‌ନେ୍‌ସ ଆପ୍‌’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଏହା ଜରିଆରେ ଫୋନ୍‌ପେ ବ୍ୟବସାୟୀମାନଙ୍କୁ ଋଣ ଦେବା ସହିତ ଅନ୍ୟାନ୍ୟ ସୁବିଧା ଏବଂ ସେବା ମଧ୍ୟ ଉପଭୋକ୍ତାମାନଙ୍କୁ ଯୋଗାଇଦେବ। ଏପରିକି ଉକ୍ତ ପ୍ଲାଟ୍‌ଫର୍ମର ଆନୁଷ୍ଠାନିକ ଶୁଭାରମ୍ଭ ସମ୍ପର୍କରେ ବ୍ରାଣ୍ଡ୍‌ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି। ଏଥିରେ ୩୫ ନିୟୁତରୁ ଅଧିକ ବ୍ୟବସାୟୀଙ୍କୁ ସମ୍ପୂର୍ଣ୍ଣ ଡିଜିଟାଲ ଏବଂ ବାଧାମୁକ୍ତ ଉପାୟରେ ବ୍ରାଣ୍ଡ୍‌ ଋଣ ପ୍ରଦାନ କରିବା ଲାଗି ବ୍ୟାଙ୍କ ଏବଂ ଏନ୍‌ବିଏଫ୍‌ସି (ଅଣବ୍ୟାଙ୍କିଙ୍ଗ୍‌ ଫାଇନାନ୍ସିଆଲ କମ୍ପାନୀ)ଗୁଡିକୁ ଅନୁମତି ଦିଆଯାଇଛି। ସେହିଭଳି ବର୍ତ୍ତମାନ ସମୟରେ ଦେଶର ସମସ୍ତ କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏସ୍‌ଏମ୍‌ଇ)ଗୁଡିକ ସଙ୍ଗଠିତ ଋଣ ପାଇବାକୁ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଉଛନ୍ତି, ଯାହା ସେମାନଙ୍କର ଅଭିବୃଦ୍ଧିରେ ବାଧା ସୃଷ୍ଟି କରିଛି ଏବଂ ସେମାନଙ୍କ ସାମର୍ଥ୍ୟ ବିକାଶରେ ମଧ୍ୟ ପ୍ରତିବନ୍ଧକ ସୃଷ୍ଟି କରିଛି। ଏଭଳି କିଛି ଆବଶ୍ୟକତାକୁ ହୃଦୟଙ୍ଗମ କରି ଫୋନ୍‌ପେ ତା’ର ଫୋନ୍‌ପେ ବିଜ୍‌ନେସ୍‌ ଆପ୍‌ ଜରିଆରେ ବ୍ୟବସାୟୀମାନଙ୍କ ପାଇଁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଏକ ବାଧାମୁକ୍ତ ଋଣ ପ୍ଲାଟ୍‌ଫର୍ମ ଡିଜାଇନ କରିଛି, ଯେଉଁଠାରେ ଋଣଦାତାଙ୍କ ଦ୍ୱାରା ଋଣ ଅନୁମୋଦନ କେବଳ କିଛି ମିନିଟ୍‌ ମଧ୍ୟରେ ହୋଇଯିବ। ଏପରିକି ଫୋନ୍‌ପେ ତା’ର ଦୃଢ଼ ବିତରଣ ନେଟ୍‌ୱର୍କ ଏବଂ ଉନ୍ନତମାନର ବୈଷୟିକ କ୍ଷମତାର ବ୍ୟବହାର କରିଥିବାବେଳେ ଋଣପ୍ରଦାନକାରୀ ସହଯୋଗୀମାନେ ଅଣ୍ଡରରାଇଟିଂ , ବଣ୍ଟନ ଏବଂ ସଂଗ୍ରହ କ୍ଷେତ୍ରରେ ସେମାନଙ୍କ ପାରଦର୍ଶିତା ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?