ନବୀନ ନିବାସ ଘେରିବ ଛାତ୍ର କଂଗ୍ରେସ

ଭୁବନେଶ୍ୱର,୬।୮(ବ୍ୟୁରୋ): ଷ୍ଟାଫ୍‌ ସିଲେକ୍ସନ କମିଶନ ଦୁର୍ନୀତି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ। ଏଭଳି ମହାଦୁର୍ନୀତି ବିରୋଧରେ ଛାତ୍ର କଂଗ୍ରେସ ପକ୍ଷରୁ ୩୩ ସାଙ୍ଗଠନିକ ଜିଲାରେ ଆନ୍ଦୋଳନ କରାଯିବ। ଏଥିସହ ନବୀନ ନିବାସ ଘେରାଉ କରାଯିବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି।
କଂଗ୍ରେସ ଭବନ ପରିସରରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳୀୟ ମୁଖପାତ୍ର ଦେବାଶିଷ ପଟ୍ଟନାୟକ କହିଛନ୍ତି, ଶାସନ ବ୍ୟବସ୍ଥାକୁ ଦୁର୍ନୀତି ମୁକ୍ତ କରିବାକୁ ‘୫-ଟି’ ବିଭାଗ ସୃଷ୍ଟି ହୋଇଛି। ଟିମ୍‌ ୱାର୍କ, ଟ୍ରାନସ୍‌ପରେନ୍ସି, ଟ୍ରାନସ୍‌ଫରମେଶନ, ଟେକ୍ନୋଲୋଜି, ଟାଇମ୍‌ ଲିମିଟ୍‌କୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବାର ଡିଣ୍ଡିମ ପିଟୁଛନ୍ତି। ହେଲେ ରାଜ୍ୟ ସରକାରଙ୍କ ଷ୍ଟାଫ୍‌ ସିଲେକ୍ସନ କମିଶନ ସଚିବଙ୍କ ଜଣେ ବ୍ୟକ୍ତିଗତ ସହାୟକଙ୍କ ଘରୁ କୋଟି କୋଟି ଟଙ୍କାର ସମ୍ପତ୍ତି ଜବତ ହେବା ପରେ ଦୁର୍ନୀତିର ଚେର କେତେ ଗଭୀରକୁ ଲମ୍ବିଛି, ତାହା ସ୍ପଷ୍ଟ ହୋଇସାରିଛି। ଅଭିଯୁକ୍ତ ବ୍ୟକ୍ତିଗତ ସହାୟକ ଜଣକ ଦୀର୍ଘ ୨୦ ବର୍ଷ ଧରି ଶିକ୍ଷିତ ଯୁବତୀଯୁବକଙ୍କ ଭାଗ୍ୟ ସହ ଖେଳୁଥିଲେ। ଚାକିରି ବିକ୍ରି ଅର୍ଥକୁ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ବଣ୍ଟନ କରାଯାଉଥିଲା। ଆଗାମୀ ଦିନରେ ଏଭଳି ଦୁର୍ନୀତିର ଜବାବ ଜନସାଧାରଣ ଦେବେ ବୋଲି ଦେବାଶିଷ କହିଛନ୍ତି। ଏହାର ପ୍ରତିବାଦରେ ୩୩ ସାଙ୍ଗଠନିକ ଜିଲାରେ ଛାତ୍ର କଂଗ୍ରେସ ଆନ୍ଦୋଳନ କରିବ। ନବୀନ ନିବାସ ମଧ୍ୟ ଘେରାଉ କରାଯିବ ବୋଲି ଛାତ୍ର କଂଗ୍ରେସ ସଭାପତି ୟାସିର ନଓ୍ବାଜ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri