ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ କରି ନ ଥିବା ବେଳେ ଭାଜପା ଏହି କ୍ଷେତ୍ରରେ ନିଜ ପୂର୍ବ ଘୋଷିତ ପ୍ରାର୍ଥୀ ପରିବର୍ତ୍ତନ କରିଛି। ପଟ୍ଟାଙ୍ଗି ନିର୍ବାଚନମଣ୍ଡଳୀରୁ ୨୦୧୯ ନିର୍ବାଚନରେ ବିଜେଡିର ପିତମ ପାଢ଼ୀ ବିଜୟୀ ହୋଇଥିଲେ। ଏଥର ଦଳ ତାଙ୍କ ପରିବର୍ତ୍ତେ ପ୍ରଫୁଲ୍ଲ ପାଙ୍ଗୀଙ୍କୁ ଭରସା କରିଛି। ପ୍ରଫୁଲ୍ଲ ୨୦୧୪ ନିର୍ବାଚନରେ ପଟ୍ଟାଙ୍ଗିରୁ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ କରିଥିବା ରାମଚନ୍ଦ୍ର କାଡାମ ଜଣେ ପୁରୁଖା ନେତା ରୂପେ ପରିଚିତ। କଂଗ୍ରେସରୁ ସେ ୧୯୯୫ ଓ ୨୦୦୯ରେ ୨ ଥର ବିଧାୟକ ହୋଇଥିଲେ। ପରବର୍ତ୍ତୀ ନିର୍ବାଚନଗୁଡ଼ିକରେ ଦଳ ପକ୍ଷରୁ ସେ ନିର୍ବାଚନ ଲଢ଼ିଥିଲେ ମଧ୍ୟ ପରାଜିତ ହୋଇଥିଲେ। ଏପରି ସ୍ଥଳେ ୬ମାସ ତଳେ ଭାଜପାରେ ସାମିଲ ହୋଇଥିବା ଚୈତନ୍ୟ ନନ୍ଦବାଲି ଏହି ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ହୋଇଛନ୍ତି। ସେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କୁ ମୁକାବିଲା କରିବେ। ଚୈତନ୍ୟ ଗତ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରି ୮,୨୩୮ଖଣ୍ଡ ଭୋଟ ପାଇଥିଲେ। ସେହିପରି ଗତ ନିର୍ବାଚନରେ ଉକ୍ତ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୫୧ ହଜାରରୁ ଊଦ୍ଧର୍‌ବ ଭୋଟ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ୪୬ ହଜାରରୁ ଅଧିକ ଭୋଟ ପାଇଥିଲା। ଏସବୁକୁ ଆକଳନ କଲେ ଏହି ନିର୍ବାଚନମଣ୍ଡଳୀରେ ପୁରୁଣାଙ୍କ ସହ ନୂଆ ମୁହଁର ଲଢ଼େଇ ହେବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଭାଜପା ପ୍ରଥମେ ଚୈତନ୍ୟ ହନ୍ତାଳଙ୍କୁ ପ୍ରାର୍ଥୀ ରୂପେ ଘୋଷଣା କରିଥିଲା। ପରେ ତାଙ୍କୁ ପରିବର୍ତ୍ତନ କରି ଚୈତନ୍ୟ ନନ୍ଦବାଲିଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri