ଶିବମନ୍ଦିର ଭିତରେ ନବଜାତ ଶିଶୁକନ୍ୟା ଛାଡ଼ି ପଳାଇଲେ

ସରଣ୍ଡା,୨୦ା୧୨(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର ଜିଲା ରେଙ୍ଗାଲି ଅଞ୍ଚଳରୁ ବୋରଓ୍ବେଲ୍‌ ଭିତରୁ ନବଜାତ ଶିଶୁ ଉଦ୍ଧାର ଘଟଣାକୁ ନେଇ ଚର୍ଚ୍ଚା ଥମି ନ ଥିବାବେଳେ ବୁଧବାର ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗା ଶିବ ମନ୍ଦିରରୁ ଜଣେ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ନବଜାତ ଶିଶୁକନ୍ୟାକୁ ଭୀମସାର୍‌, ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଶିଶୁକନ୍ୟାର ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ସୂଚନା ମଳିଛି ।
ପ୍ରକାଶ ଯେ, ବୁଧବାର ସକାଳେ ସବୁଦିନ ଭଳ ପୂଜକ ଅକ୍ଷୟ ମହାପାତ୍ର ପୂଜାର୍ଚ୍ଚନା ପାଇଁ ମନ୍ଦିରକୁ ଆସିଥିଲେ । ତେବେ ମନ୍ଦିରକୁ ଆସିବା ପରେ ମନ୍ଦିର ପରିସରରେ ରହିଥିବା ବୃଷଭ ମୂର୍ତ୍ତିତଳେ ଶିଶୁର କାନ୍ଦ ଶୁଣିବାକୁ ପାଇଥିଲେ। ସେଠାରେ ପହଞ୍ଚିବା ପରେ କେହି ଶିଶୁକନ୍ୟାକୁ ଲୁଙ୍ଗି ଏବଂ ଶୀତବସ୍ତ୍ରରେ ଘୋଡ଼ାଇ ରଖି ସେଠାରୁ ଚାଲି ଯାଇଥିବା ଜାଣିବାକୁ ପାଇଥିଲେ।

ଏହାପରେ ପୂଜକ ମହାପାତ୍ର ମନ୍ଦିର କମିଟି ଏବଂ ଗୋଡ଼ଭଗା ଫାଣ୍ଡି ପୋଲିସକୁ ସୂଚନା ଦେଇଥିଲେ। ସୂଚନା ପାଇ ଗୋଡ଼ଭଗା ଫାଣ୍ଡି ଅଧିକାରୀ ଅନିମା ଏକ୍କା ଏବଂ ମନ୍ଦିର କମିଟି କର୍ମକର୍ତ୍ତା ସେଠାକୁ ପହଞ୍ଚିଥିଲେ। ଶିଶୁକନ୍ୟାକୁ ସେଠାରୁ ଉଦ୍ଧାର କରି ବୁର୍ଲା ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଥିଲା। ତେବେ କିଏ କେଉଁ ପରିସ୍ଥିତିରେ ଶିଶୁକନ୍ୟାକୁ ସେଠାରେ ସେମିତି ପରିସ୍ଥିତିରେ ଛାଡ଼ିଗଲେ ଏବଂ ଶିଶୁକନ୍ୟାର ମା’, ବାପା କିଏ ତାହା ଖବର ଲେଖାହେବା ପର୍ଯ୍ୟନ୍ତ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri