ଗରମରେ ବାରଣ୍ଡାରେ ଶୋଉଛନ୍ତି ପ୍ରସୂତି, ନବଜାତ ଶିଶୁ

କେନ୍ଦୁଝର,୨୦ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ମାତୃ ଓ ଶିଶୁ ଚିକିତ୍ସାଳୟରେ ନବଜାତ ଶିଶୁ ସହିତ ପ୍ରସୂତି ମହିଳା ବେଡ୍‌ ଅଭାବରୁ ତଳେ ଶୋଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଗୋଟିଏ ନୁହେଁ ଏଭଳି ବହୁ ପ୍ରସୂତି ନବଜାତ ଶିଶୁକୁ ଧରି ତଳେ ଶୋଇଥିବା ଦେଖିବାକୁ ମିଳିଛି। ସାଧାରଣ ଲୋକଙ୍କ ଯାତାୟାତ ସ୍ଥାନ ତଥା ଶିଡ଼ି ନିକଟରେ ଏଭଳି ନବଜାତ ଶିଶୁକୁ ଧରି ଗରିବ ଅସହାୟ ଆଦିବାସୀ ମହିଳା ଶୋଇବା ଉଭୟ ଶିଶୁ ଓ ମା’ର ସାସ୍ଥ୍ୟଗତ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପ୍ରବଳ ଗରମରେ ମା’ ତା’ର ନବଜାତ ଶିଶୁକୁ ଧରି ଶୋଇବା ଜିଲାରେ ମିଳୁଥିବା ସ୍ବାସ୍ଥ୍ୟସେବାକୁ ପଦାରେ ପକାଇ ଦେଇଛି। ବାଂଶପାଳ ବ୍ଲକର ଜାମୁଡ଼ିହା ଗ୍ରାମର ଲମ୍ବୋଦର ଜୁଆଙ୍ଗଙ୍କ ସ୍ତ୍ରୀଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ବୁଧବାର ବିଳମ୍ବିତ ରାତିରେ ମେଡ଼ିକାଲ ଆଣିଥିଲେ। ଆଜି ସନ୍ତାନ ଜନ୍ମ ପରେ ସ୍ଥାନ ଅଭାବରୁ ତଳେ ବାରଣ୍ଡାରେ ଶିଡ଼ି ନିକଟରେ ରଖାଗଲା ବୋଲି କହିଛନ୍ତି। ସେହିପରି ହରିଚନ୍ଦନପୁରରୁ ଆସିଥିବା ଯଶୋଦା ବେହେରାଙ୍କ ଆଜି ସନ୍ତାନ ଜନ୍ମ ହେବା ପରେ ବାରଣ୍ଡାରେ ସ୍ଥାନ ମିଳିବାରୁ ନବଜାତ ଶିଶୁକୁ ଧରି ଶୋଇଥିଲେ। ପ୍ରବଳ ଗରମ ସାଙ୍ଗକୁ ଗରମ ପବନରେ ଏଭଳି ବହୁ ପ୍ରସୂତି ଓ ଶିଶୁ ଚିକିତ୍ସିତ ହେଉଥିଲେ ହେଁ କାହାରି ନଜର ନାହିଁ। ଫଳରେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri