ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଜଙ୍ଗଲ ମଝିରେ ପ୍ରସବ କଲେ ଗର୍ଭବତୀ, ଗୁରୁତର ଅଛନ୍ତି…

କୋକସରା,୧ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। କୋକସରା ବ୍ଲକ ଆମପାଣି ପଞ୍ଚାୟତ ସର୍ଗିପାନି ଗାଁର ଜାଗର ସାନ୍ତାଙ୍କ ସ୍ତ୍ରୀ ହୀରାମଣି ସାନ୍ତାଙ୍କ ଶୁକ୍ରବାର ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ଏ ନେଇ ପରିବାର ଲୋକ ସ୍ଥାନୀୟ ଆଶାକର୍ମୀ ଉର୍ମିଳା ଠାକୁରଙ୍କୁ ଖବର ଦେଇଥିଲେ। ଆଶା କର୍ମୀ ୧୦୨ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ହେଲେ ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସଟି ଗାଁ ଭିତରକୁ ଯାଇପାରି ନ ଥିଲା। ଫଳରେ ପ୍ରାୟ ୩ କି.ମି. ପର୍ଯ୍ୟନ୍ତ ବୁହା ହୋଇ ଅଣାଯିବା ବେଳେ ଜଙ୍ଗଲ ମଝିରେ ଗର୍ଭବତୀ ଜଣକ ଏକ ଶିଶୁକୁ ଜନ୍ମ ଦେଇଥିଲେ। ପରେ ଉଭୟ ମା’ ଓ ଶିଶୁଙ୍କୁ ଆମ୍ବୁଲାନ୍ସରେ ନେଇ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନବଜାତ ଶିଶୁର ସ୍ବାସ୍ଥ୍ୟ ଠିକ ଥିବାବେଳେ ମହିଳାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri