କିଟ୍‌ ମିଳିଲାନି, ଖବରକାଗଜ ଉପରେ ନବଜାତକ

ଗୋପ,୧୪।୪(ଡି.ଏନ୍‌.ଏ.): ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ଜଣେ ମହିଳା ପ୍ରସବ କରିବା ପରେ ସରକାରୀ କିଟ୍‌ ନ ମିଳିବାରୁ ନବଜାତ ଶିଶୁ ଏକ ଖବରକାଗଜ ଉପରେ ଶୋଇଥିବା ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

ପ୍ରକାଶ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ଗୋପ ବ୍ଲକ ଅଧୀନ ଇଚ୍ଛାପୁର ଗ୍ରାମର ଜଣେ ମହିଳା ପ୍ରସୂତି ନିମନ୍ତେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ବୁଧବାର ସକାଳେ ମହିଳା ଜଣଙ୍କ ନବଜାତ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ତେବେ ନବଜାତକକୁ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସରକାରୀ କିଟ୍‌ ଦିଆଯାଇ ନ ଥିଲା। ପ୍ରସୂତିଙ୍କ ସମ୍ପର୍କୀୟମାନେ ଚିରା କପଡ଼ା ଓ ଖବରକାଗଜ ଉପରେ ଶିଶୁକୁ ଶୁଆଇଥିଲେ। ଘଟଣା ବିଷୟରେ ଶୁଣି କେତେଜଣ ଖବରଦାତା ପହଞ୍ଚତ୍ବା ପରେ ପ୍ରସୂତିଙ୍କୁ କିଟ୍‌ ଦିଆଯାଇଥିଲା। ଏ ନେଇ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ.ଜସ୍ମିନ ଆଫ୍ରୋଜ କହିଛନ୍ତି, ଅଭିଯୋଗ ସମ୍ପର୍କରେ ତୁରନ୍ତ ଡିୟୁଟିରେ ଥିବା ଡାକ୍ତର ଓ କର୍ମଚାରୀଙ୍କୁ ପଚାରିବାରେ ଭୁଲ ମାଗିବା ସହ ଆଉ ଏପରି ଭୁଲ ହେବ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri