ମହାପ୍ରଭୁଙ୍କୁ ଦର୍ଶନ କଲେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ

ପୁରୀ ଅଫିସ, ୨୭ା୨:ଆସନ୍ତା ମାର୍ଚ୍ଚ ୧ତାରିଖରେ ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂତନ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଏହି ପରିପ୍ରେକ୍ଷୀରେ ଜେନା ତାଙ୍କ ସହଧର୍ମିଣୀଙ୍କ ସହ ରବିବାର ରାତି ପ୍ରାୟ ୧୦.୩୦ରେ ପୁରୀରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେନା ସସ୍ତ୍ରୀକ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ଓ ପରିଚାଳନା କମିଟି ସଦସ୍ୟମାନେ ତାଙ୍କୁ ସ୍ବାଗତ କରି ପାଛୋଟି ନେଇଥିଲେ। ଜେନା ବାଇଶିପାହାଚ ଦେଇ ଶ୍ରୀମନ୍ଦିରକୁ ଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଥିଲେ। ପରେ ଶ୍ରୀମନ୍ଦିର ଭିତରବେଢା଼ରେ ଥିବା ଦେବଦେବୀଙ୍କୁ ଦର୍ଶନ କରିସାରି ପ୍ରସ୍ଥାନ କରିଥିଲେ। ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତମାନଙ୍କ ପକ୍ଷରୁ ଜେନାଙ୍କୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ଖଣ୍ଡୁଆ ପାଟ, ପତିତୋପାବନ ବାନା, ଶୁଖିଲା ମହାପ୍ରସାଦ ଆଦି ପ୍ରଦାନ କରାଯାଇଥିଲା।
ଏହି ଅବସରରେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ ଜେନା କହିଥିଲେ, ‘ମହାପ୍ରଭୁଙ୍କ ଇଚ୍ଛା ବିନା କିଛି ହୁଏନାହିଁ। ମୋର ନୂତନ ନିଯୁକ୍ତି ପଛରେ ମହାପ୍ରଭୁଙ୍କର ଆଶୀର୍ବାଦ ରହିଛି। କିଛି ଆରମ୍ଭ କରିବା ପୂର୍ବରୁ ମୁଁ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଥାଏ। ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରି ନିଜକୁ ଧନ୍ୟ ମଣୁଛି। ଓଡ଼ିଶାର ଉନ୍ନତି ଏବଂ ସମସ୍ତଙ୍କୁ ଆଗେଇ ନେବା ପାଇଁ ପ୍ରାର୍ଥନା କରିଛି। ପୁରୀ ସହର ପାଇଁ ରାଜ୍ୟ ସରକାରଙ୍କର ବଡ଼ ଯୋଜନା ରହିଛି। ପୁରୀର ବିକାଶ ପାଇଁ ଯାହା ମୋ’ ଦ୍ୱାରା ସମ୍ଭବ ସବୁ କରିବି। ଶ୍ରୀମନ୍ଦିର ନୀତିକାନ୍ତି ଓ ଅନ୍ୟାନ୍ୟ ବିଷୟରେ ମୋର ଅଭିଜ୍ଞତା ରହିଛି। ତେଣୁ ଶ୍ରୀମନ୍ଦିର ଓ ପୁରୀର ସମସ୍ୟା ସମାଧାନ କରିବା ପାଇଁ ଚେଷ୍ଟା କରିବି ବୋଲି ସେ ପ୍ରକାଶ କରିଥିଲେ। ସେହିପରି ସ୍ଥାୟୀ ଶ୍ରୀମନ୍ଦିର ପ୍ରଶାସକ ନିଯୁକ୍ତି ସମ୍ପର୍କରେ ସରକାର ପଦକ୍ଷେପ ନେବେ ବୋଲି ସେ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri