କାର୍ଯ୍ୟକ୍ଷମ ହୋଇପାରୁନି ନବନିର୍ମିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ

ମାଲକାନଗିରି, ୩୦ା୧(ଡି.ଏନ.ଏ.):ସରକାର ଜନସାଧାରଣଙ୍କ ସୁବିଧା ଲାଗି ବିଭିନ୍ନ ପଦକ୍ଷେପ ନେଉଛନ୍ତି। ସେମାନଙ୍କ ସୁବିଧା ପାଇଁ ବହୁ ଅର୍ଥ ବ୍ୟୟ କରି ବିଭିନ୍ନ କାର୍ଯ୍ୟାଳୟ ନିର୍ମାଣ କରୁଛନ୍ତି। ମାତ୍ର ଅନେକ କାର୍ଯ୍ୟାଳୟ ନିର୍ମାଣ ହେଉଥିଲେ ସୁଦ୍ଧା ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁ ଏହା କାର୍ଯ୍ୟକ୍ଷମ ହୋଇପାରୁନି। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ଖଇରପୁଟ ତହସିଲ ଅନ୍ତର୍ଗତ ମାଡକାପଦରରେ। ଏଠାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ନୂତନ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ କୋଠା ଦୁଇବର୍ଷ ହେଲା କାର୍ଯ୍ୟକ୍ଷମ ନ ହୋଇ ପଡିରହିଛି। ଦୁର୍ଗମ ଅଞ୍ଚଳର ଆଦିବାସୀଙ୍କ ଜମିଜମା, ଜାତିଗତ, ସ୍ଥାୟୀ ବାସିନ୍ଦା ଓ ଅନ୍ୟାନ୍ୟ ରାଜସ୍ବ ପ୍ରମାଣପତ୍ର ସୁବିଧାରେ ପାଇବା ଲାଗି ମାଡକାପଦରରେ ଏହି କାର୍ଯ୍ୟାଳୟ ନିର୍ମାଣ ହୋଇଥିଲା। ସ୍ଥାନୀୟ ଅଧିକାରୀଙ୍କ ଅବହେଳା ଯୋଗୁ ଏହା ବର୍ତ୍ତମାନଯାଏ କାର୍ଯ୍ୟକାରୀ ହୋଇନାହିଁ। ଫଳରେ ଲୋକେ ସେମାନଙ୍କ ବିଭିନ୍ନ କାର୍ଯ୍ୟ ଲାଗି ଖର୍ଚ୍ଚାନ୍ତ ହୋଇ ଖଇରପୁଟ କାର୍ଯ୍ୟାଳୟ ଉପରେ ନିର୍ଭର କରୁଛନ୍ତି। ଏହି ନବନିର୍ମିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଉପରେ ନିର୍ଭର କରୁଥିବା ଦୁଇଟି ପଞ୍ଚାୟତର ଅନେକ ରାଜସ୍ବ ଗ୍ରାମ ଓ ପଡ଼ାସାହିର ହଜାର ହଜାର ଲୋକ ଅସୁବିଧା ଭୋଗୁଛନ୍ତି। ଅନ୍ୟପକ୍ଷରେ କୋଠା ଚାରିପାଖରେ ଅନାବନା ଗଛ ଉଠି ଜଙ୍ଗଲ ହୋଇଗଲାଣି। କାର୍ଯ୍ୟାଳୟ ନିର୍ମାଣ ହେବାଠାରୁ ଏପର୍ଯ୍ୟନ୍ତ କୌଣସି କର୍ମଚାରୀଙ୍କୁ ଏଠାରେ ଦେଖିବାକୁ ମିଳିନାହିଁ। ଏହାକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ଦିଗରେ ପ୍ରଶାସନ ପଦକ୍ଷେପ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri