ଝଲସିବ କଳିଙ୍ଗ ଷ୍ଟୁଡିଓ

ଭୁବନେଶ୍ୱର, ୧୮ା୨(ବ୍ୟୁରୋ):ନୂଆ ରୂପରେ ଝଲସିବ ଭୁବନେଶ୍ୱରସ୍ଥିତ ଐତିହାସିକ କଳିଙ୍ଗ ଷ୍ଟୁଡିଓ। ଖୁବ୍‌ଶୀଘ୍ର ଏହାର ନବକଳେବର ହେବ। ଏହାକୁ ‘ଷ୍ଟେଟ୍‌ ଅଫ୍‌ ଦି ଆର୍ଟ’ ସିନେମା ଷ୍ଟୁଡିଓ ଭାବେ ବିକଶିତ କରାଯିବ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ପ୍ରାୟ ୨୦୦ କୋଟି ଟଙ୍କାର ପ୍ରସ୍ତାବିତ ପୁନର୍ବିନ୍ୟାସ ଯୋଜନାକୁ ଅନୁମୋଦନ ମିଳିଛି। ଓଡ଼ିଆ ସିନେମା ଶିଳ୍ପ କ୍ଷେତ୍ରରେ କଳିଙ୍ଗ ଷ୍ଟୁଡ଼ିଓର ଅବଦାନ ଅନନ୍ୟ। ଭବିଷ୍ୟତ ଅବିବୃଦ୍ଧିକୁ ନଜରରେ ରଖି ଏହାକୁ ଏକ ନିଯୁକ୍ତି ସୃଷ୍ଟିକାରୀ ପ୍ରତିଯୋଗିତାମୂଳକ ବ୍ୟବସାୟିକ ଷ୍ଟୁଡିଓଭାବେ ବିକଶିତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହାର ବିକାଶରେ ପର୍ଯ୍ୟଟନ ସମ୍ଭାବନା ବଢ଼ିବା ସହ ଆୟ ବୃଦ୍ଧି ହୋଇପାରିବ ବୋଲି ମୁଖ୍ୟ ଶାସନ ସଚିବ ଆଶାବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ଗତ ରବିବାର ମୁଖ୍ୟ ଶାସନ ସଚିବ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ପୁନର୍ବିନ୍ୟାସ ଯୋଜନା ପ୍ରସ୍ତୁତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ପ୍ରସ୍ତାବିତ ଯୋଜନାରେ ଷ୍ଟୁଡ଼ିଓରେ ମୁଖ୍ୟତଃ ତିନିଟି ଜୋନ୍‌ ପ୍ରସ୍ତୁତ କରାଯିବ। ଜୋନ୍‌-୧ରେ ଇନ୍‌ଡୋର ଶୁଟିଂ ଫ୍ଲୋର୍‌, ଶୁଟିଂ ମୁଖଶାଳା, ଫିଲ୍ମ-ଟେକ୍‌ ଜୋନ୍‌, ବ୍ୟବସାୟିକ ସ୍ଥାନ, ଖୋଲା ଅଗଣା ଆଦି ରହିବ। ଜୋନ୍‌-୨ ରେ ଆଉଟ୍‌ ଡୋର ଶୁଟିଂ ସୁବିଧା, ବିଷୟଭିତ୍ତିକ ଶୁଟିଂ ଉଦ୍ୟାନ, ପିଲାଙ୍କ ଜୋନ୍‌, ଦୁର୍ଗ ଦୃଶ୍ୟ ଏବଂ ଷ୍ଟଣ୍ଟ ପ୍ରଦର୍ଶନ ଲାଗି ସ୍ଥାନ ରଖାଯିବ। ଜୋନ୍‌-୩ରେ ଫୁଡ୍‌ ଷ୍ଟଲ, କଳାକାରଙ୍କ ରହିବା ଖାଇବା ସୁବିଧା, ସାମାଜିକ କାର୍ଯ୍ୟକ୍ରମ କେନ୍ଦ୍ର ସୁବିଧା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।
ରାଜ୍ୟ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଆଲୋଚନାରେ ଭାଗନେଇ ଶିଳ୍ପ ସଚିବ ହେମନ୍ତ ଶର୍ମା କହିଲେ, କଳିଙ୍ଗ ଷ୍ଟୁଡିଓର ଉତ୍ସାହଜନକ ବ୍ୟବସାୟିକ ଏବଂ ଐତିହ୍ୟ ରହିଛି। ଏହାକୁ ଅତ୍ୟାଧୁନିକ କେନ୍ଦ୍ରଭାବେ ବିକଶିତ କରିବା ସମସ୍ତ ସମ୍ଭାବନା ଅଛି। ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ପାଣ୍ଠି ବିନିଯୋଗ, ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି, ରାଜସ୍ବ ସଂଗ୍ରହ ପନ୍ଥା ଆଦି ଉପରେ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବୈଷୟିକ ଶିକ୍ଷା ଓ କୌଶଳ ବିକାଶ ଶାସନ ସଚିବ ସଞ୍ଜୟ କୁମାର ସିଂ କହିଲେ, କଟକସ୍ଥିତ ବିଜୁ ପଟ୍ଟନାୟକ ସିନେମା ଓ ଦୂରଦର୍ଶନ ପ୍ରତିଷ୍ଠାନରୁ ଶିକ୍ଷା ଲାଭ କରୁଥିବା ଓଡ଼ିଆ ଯୁବତୀଯୁବକ ‘ସୃଜନକାରୀ ଆମୋଦ-ଶିଳ୍ପ’ରେ ସଫଳତା ହାସଲ କରିଛନ୍ତି। କୁଶଳୀ ମାନବସମ୍ବଳ ବିକାଶରେ ଏହି ଷ୍ଟୁଡିଓ ସହାୟକ ହେବ। ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍‌ଡିସି) ଅଧ୍ୟକ୍ଷ କୁନା ତ୍ରିପାଠୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri