ଝଲସିବ କଳିଙ୍ଗ ଷ୍ଟୁଡିଓ

ଭୁବନେଶ୍ୱର, ୧୮ା୨(ବ୍ୟୁରୋ):ନୂଆ ରୂପରେ ଝଲସିବ ଭୁବନେଶ୍ୱରସ୍ଥିତ ଐତିହାସିକ କଳିଙ୍ଗ ଷ୍ଟୁଡିଓ। ଖୁବ୍‌ଶୀଘ୍ର ଏହାର ନବକଳେବର ହେବ। ଏହାକୁ ‘ଷ୍ଟେଟ୍‌ ଅଫ୍‌ ଦି ଆର୍ଟ’ ସିନେମା ଷ୍ଟୁଡିଓ ଭାବେ ବିକଶିତ କରାଯିବ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ପ୍ରାୟ ୨୦୦ କୋଟି ଟଙ୍କାର ପ୍ରସ୍ତାବିତ ପୁନର୍ବିନ୍ୟାସ ଯୋଜନାକୁ ଅନୁମୋଦନ ମିଳିଛି। ଓଡ଼ିଆ ସିନେମା ଶିଳ୍ପ କ୍ଷେତ୍ରରେ କଳିଙ୍ଗ ଷ୍ଟୁଡ଼ିଓର ଅବଦାନ ଅନନ୍ୟ। ଭବିଷ୍ୟତ ଅବିବୃଦ୍ଧିକୁ ନଜରରେ ରଖି ଏହାକୁ ଏକ ନିଯୁକ୍ତି ସୃଷ୍ଟିକାରୀ ପ୍ରତିଯୋଗିତାମୂଳକ ବ୍ୟବସାୟିକ ଷ୍ଟୁଡିଓଭାବେ ବିକଶିତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହାର ବିକାଶରେ ପର୍ଯ୍ୟଟନ ସମ୍ଭାବନା ବଢ଼ିବା ସହ ଆୟ ବୃଦ୍ଧି ହୋଇପାରିବ ବୋଲି ମୁଖ୍ୟ ଶାସନ ସଚିବ ଆଶାବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ଗତ ରବିବାର ମୁଖ୍ୟ ଶାସନ ସଚିବ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ପୁନର୍ବିନ୍ୟାସ ଯୋଜନା ପ୍ରସ୍ତୁତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ପ୍ରସ୍ତାବିତ ଯୋଜନାରେ ଷ୍ଟୁଡ଼ିଓରେ ମୁଖ୍ୟତଃ ତିନିଟି ଜୋନ୍‌ ପ୍ରସ୍ତୁତ କରାଯିବ। ଜୋନ୍‌-୧ରେ ଇନ୍‌ଡୋର ଶୁଟିଂ ଫ୍ଲୋର୍‌, ଶୁଟିଂ ମୁଖଶାଳା, ଫିଲ୍ମ-ଟେକ୍‌ ଜୋନ୍‌, ବ୍ୟବସାୟିକ ସ୍ଥାନ, ଖୋଲା ଅଗଣା ଆଦି ରହିବ। ଜୋନ୍‌-୨ ରେ ଆଉଟ୍‌ ଡୋର ଶୁଟିଂ ସୁବିଧା, ବିଷୟଭିତ୍ତିକ ଶୁଟିଂ ଉଦ୍ୟାନ, ପିଲାଙ୍କ ଜୋନ୍‌, ଦୁର୍ଗ ଦୃଶ୍ୟ ଏବଂ ଷ୍ଟଣ୍ଟ ପ୍ରଦର୍ଶନ ଲାଗି ସ୍ଥାନ ରଖାଯିବ। ଜୋନ୍‌-୩ରେ ଫୁଡ୍‌ ଷ୍ଟଲ, କଳାକାରଙ୍କ ରହିବା ଖାଇବା ସୁବିଧା, ସାମାଜିକ କାର୍ଯ୍ୟକ୍ରମ କେନ୍ଦ୍ର ସୁବିଧା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।
ରାଜ୍ୟ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଆଲୋଚନାରେ ଭାଗନେଇ ଶିଳ୍ପ ସଚିବ ହେମନ୍ତ ଶର୍ମା କହିଲେ, କଳିଙ୍ଗ ଷ୍ଟୁଡିଓର ଉତ୍ସାହଜନକ ବ୍ୟବସାୟିକ ଏବଂ ଐତିହ୍ୟ ରହିଛି। ଏହାକୁ ଅତ୍ୟାଧୁନିକ କେନ୍ଦ୍ରଭାବେ ବିକଶିତ କରିବା ସମସ୍ତ ସମ୍ଭାବନା ଅଛି। ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ପାଣ୍ଠି ବିନିଯୋଗ, ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି, ରାଜସ୍ବ ସଂଗ୍ରହ ପନ୍ଥା ଆଦି ଉପରେ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବୈଷୟିକ ଶିକ୍ଷା ଓ କୌଶଳ ବିକାଶ ଶାସନ ସଚିବ ସଞ୍ଜୟ କୁମାର ସିଂ କହିଲେ, କଟକସ୍ଥିତ ବିଜୁ ପଟ୍ଟନାୟକ ସିନେମା ଓ ଦୂରଦର୍ଶନ ପ୍ରତିଷ୍ଠାନରୁ ଶିକ୍ଷା ଲାଭ କରୁଥିବା ଓଡ଼ିଆ ଯୁବତୀଯୁବକ ‘ସୃଜନକାରୀ ଆମୋଦ-ଶିଳ୍ପ’ରେ ସଫଳତା ହାସଲ କରିଛନ୍ତି। କୁଶଳୀ ମାନବସମ୍ବଳ ବିକାଶରେ ଏହି ଷ୍ଟୁଡିଓ ସହାୟକ ହେବ। ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍‌ଡିସି) ଅଧ୍ୟକ୍ଷ କୁନା ତ୍ରିପାଠୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri