ମୁହଁ ଖୋଲିଲେ ନବବିବାହିତା

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ସର୍ବସମ୍ମୁଖରେ ସ୍ବାମୀଙ୍କୁ ଚାପୁଡା ମାରି ଭିଣୋଇଙ୍କ ସହ ଜଣେ ନବବିବାହିତା ଫେରାର ହେବା ଘଟଣା ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଛି। ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିବାବେଳେ ସ୍ବାମୀ ବଳରାମ ସାହୁ ସ୍ତ୍ରୀ ଓ ତାଙ୍କ ଭିଣୋଇଙ୍କ ବିରୋଧରେ ଲିଙ୍ଗରାଜ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।
ଅନ୍ୟପକ୍ଷରେ ଏହି ଘଟଣାରେ ସମ୍ପୃକ୍ତ ମହିଳା ମଙ୍ଗଳବାର ମୁହଁ ଖୋଲିଛନ୍ତି। ସେ ସ୍ବାମୀଙ୍କ ନାମରେ ଗଣମାଧ୍ୟମରେ ପାଲଟା ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ବାହାଘର ରାତିରେ ସେ ଓ ତାଙ୍କ ସ୍ବାମୀ ବଳରାମ ଏକାଠି ଥିଲେ। ସ୍ବାମୀ ତାଙ୍କ ପରିବାର ବିଷୟରେ ରାତି ସାରା କହିବା ସହ ଆହୁରି ଯୌତୁକ ଦାବି କରିଥିଲେ। ପୂର୍ବରୁ ତାଙ୍କ ବଡ଼ଭାଇଙ୍କ ସ୍ତ୍ରୀ ମଧ୍ୟ ଏଭଳି ଚାଲିଯାଇଛନ୍ତି। ସେମାନେ ତାଙ୍କୁ ନିର୍ଯାତନା ଦେଇଥାନ୍ତେ। ତେଣୁ ସେ ଘର ଛାଡି ପଳାଇଯିବାକୁ ନିଷ୍ପତ୍ତି ନେଇଥିଲେ। ତେବେ କୌଣସି ପୁରୁଷ ବନ୍ଧୁ ସହ ସେ ବିବସ୍ତ୍ର ଅବସ୍ଥାରେ ଭିଡ଼ିଓ କଲ୍‌ କରିନାହାନ୍ତି। ଏଭଳି ଅଭିଯୋଗ ମିଛ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଭରତପୁର ଥାନା ଅଞ୍ଚଳରେ ବଳରାମ ଗତ ୧୨ ତାରିଖରେ ପିପିଲି ଅଞ୍ଚଳର ଜଣେ ଯୁବତୀଙ୍କୁ ସେ ବିବାହ କରିଥିଲେ। ପରଦିନ ସ୍ତ୍ରୀ ଏପରି କାଣ୍ଡ ଘଟାଇ ଫେରାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri