ରାଜଧାନୀରେ ନବବଧୂଙ୍କୁ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜରିପାଟଣା ଗାଁରେ ଜଣେ ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ ହୋଇଛି। ମୃତା ମହିଳା ଜଣକ ହେଲେ ଉକ୍ତ ଗାଁର ପ୍ରଭାତ ପରିଡ଼ାଙ୍କ ସ୍ତ୍ରୀ ତଥା ଜଗତ୍‌ସିଂହପୁର ଜିଲା ଡିହସାହିର ଲକ୍ଷ୍ମୀପ୍ରିୟା ମହାନ୍ତି। ଯୌତୁକ ପାଇଁ ସ୍ବାମୀ ଓ ଶାଶୁ ଘର ଲୋକେ ମିଳିମିଶି ଲକ୍ଷ୍ମିପ୍ରିୟାଙ୍କୁ ହତ୍ୟା କରିଥିବା ନେଇ ପରିବାର ଲୋକେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଆଇପିସି ଦଫା ୩୦୨, ୩୦୪ (ଖ), ୪୯୮ (କ)ରେ ମାମଲା (ନଂ.୧୦୮/୨୩) ରୁଜୁ କରି ଘଟଣାର ଅଧିକ ଖୋଳତାଡ ଚଳାଇଛି। ଅନ୍ୟପଟେ ଲକ୍ଷ୍ମୀପ୍ରିୟାଙ୍କ ସ୍ବାମୀ ଓ ଶାଶୁଘର ଲୋକେ ଫେରାର ଥିବାରୁ ସେମାନଙ୍କୁ ଧରିବା ଲାଗି ପୋଲିସ ଚଢାଉ ଜାରି ରଖିଛି। ଏହାସହ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ପକ୍ଷରୁ ସୂଚନା ଦିଆଯାଇଛି।
ଅଭିଯୋଗ ଓ ପୋଲିସ ସୂଚନାନୁସାରେ, ଲକ୍ଷ୍ମୀପ୍ରିୟା ୨୦୨୦ରେ ଜରିପାଟଣାର ପ୍ରଭାତଙ୍କୁ ବିବାହ କରିଥିଲେ। ବିବାହର କିଛିଦିନ ପରେ ପ୍ରଭାତଙ୍କ ପରିବାର ଲୋକେ ଲକ୍ଷ୍ମୀପ୍ରିୟାଙ୍କୁ ଯୌତୁକ ମାଗିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ବୁଧବାର ରାତି ୧୧ଟା ୩୦ରେ ପ୍ରଭାତ ତାଙ୍କ ଶାଳକ ତଥା ମୃତା ଲକ୍ଷ୍ମୀଙ୍କ ଭାଇଙ୍କୁ ଫୋନ କରି ଭଉଣୀଙ୍କ ଦେହ ଅସୁସ୍ଥ ଥିବା ଜଣାଇ କ୍ୟାପିଟାଲ ହସ୍ପିଟାଲ ନେଉଥିବା କଥା ଜଣାଇଥିଲେ। ହେଲେ ହସ୍ପିଟାଲରେ ଡାକ୍ତର ରିସିଭ୍‌ ଡେଥ୍‌ ଘୋଷଣା କରିବା ସହ ଫେରାଇ ଦେଇଥିଲେ। ଏହାପରେ ଶାଶୁଘର ଲୋକେ ମୃତଦେହକୁ ଜରିପାଟଣାସ୍ଥିତ ଘରକୁ ନେଇ ଆସିଥିଲେ। ସେଠାରେ ଲକ୍ଷ୍ମୀପ୍ରିୟାଙ୍କ ପରିବାର ଲୋକେ ପହଞ୍ଚତ୍ବା ପରେ ମୃତଦେହ ଦୁଆର ବନ୍ଧ ଆଗରେ ପଡିଥିବା ଦେଖିବାକୁ ପାଇଥିଲେ। ଗୁରୁବାର ସକାଳେ ଏନେଇ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ସାଇଣ୍ଟିଫିକ ଟିମ୍‌ ସହାୟତରେ ଘଟଣାସ୍ଥଳରେ ପହଞ୍ଚତ୍ ଛାନଭିନ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri