ରାଜଧାନୀରେ ନବବଧୂଙ୍କୁ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜରିପାଟଣା ଗାଁରେ ଜଣେ ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ ହୋଇଛି। ମୃତା ମହିଳା ଜଣକ ହେଲେ ଉକ୍ତ ଗାଁର ପ୍ରଭାତ ପରିଡ଼ାଙ୍କ ସ୍ତ୍ରୀ ତଥା ଜଗତ୍‌ସିଂହପୁର ଜିଲା ଡିହସାହିର ଲକ୍ଷ୍ମୀପ୍ରିୟା ମହାନ୍ତି। ଯୌତୁକ ପାଇଁ ସ୍ବାମୀ ଓ ଶାଶୁ ଘର ଲୋକେ ମିଳିମିଶି ଲକ୍ଷ୍ମିପ୍ରିୟାଙ୍କୁ ହତ୍ୟା କରିଥିବା ନେଇ ପରିବାର ଲୋକେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଆଇପିସି ଦଫା ୩୦୨, ୩୦୪ (ଖ), ୪୯୮ (କ)ରେ ମାମଲା (ନଂ.୧୦୮/୨୩) ରୁଜୁ କରି ଘଟଣାର ଅଧିକ ଖୋଳତାଡ ଚଳାଇଛି। ଅନ୍ୟପଟେ ଲକ୍ଷ୍ମୀପ୍ରିୟାଙ୍କ ସ୍ବାମୀ ଓ ଶାଶୁଘର ଲୋକେ ଫେରାର ଥିବାରୁ ସେମାନଙ୍କୁ ଧରିବା ଲାଗି ପୋଲିସ ଚଢାଉ ଜାରି ରଖିଛି। ଏହାସହ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ପକ୍ଷରୁ ସୂଚନା ଦିଆଯାଇଛି।
ଅଭିଯୋଗ ଓ ପୋଲିସ ସୂଚନାନୁସାରେ, ଲକ୍ଷ୍ମୀପ୍ରିୟା ୨୦୨୦ରେ ଜରିପାଟଣାର ପ୍ରଭାତଙ୍କୁ ବିବାହ କରିଥିଲେ। ବିବାହର କିଛିଦିନ ପରେ ପ୍ରଭାତଙ୍କ ପରିବାର ଲୋକେ ଲକ୍ଷ୍ମୀପ୍ରିୟାଙ୍କୁ ଯୌତୁକ ମାଗିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ବୁଧବାର ରାତି ୧୧ଟା ୩୦ରେ ପ୍ରଭାତ ତାଙ୍କ ଶାଳକ ତଥା ମୃତା ଲକ୍ଷ୍ମୀଙ୍କ ଭାଇଙ୍କୁ ଫୋନ କରି ଭଉଣୀଙ୍କ ଦେହ ଅସୁସ୍ଥ ଥିବା ଜଣାଇ କ୍ୟାପିଟାଲ ହସ୍ପିଟାଲ ନେଉଥିବା କଥା ଜଣାଇଥିଲେ। ହେଲେ ହସ୍ପିଟାଲରେ ଡାକ୍ତର ରିସିଭ୍‌ ଡେଥ୍‌ ଘୋଷଣା କରିବା ସହ ଫେରାଇ ଦେଇଥିଲେ। ଏହାପରେ ଶାଶୁଘର ଲୋକେ ମୃତଦେହକୁ ଜରିପାଟଣାସ୍ଥିତ ଘରକୁ ନେଇ ଆସିଥିଲେ। ସେଠାରେ ଲକ୍ଷ୍ମୀପ୍ରିୟାଙ୍କ ପରିବାର ଲୋକେ ପହଞ୍ଚତ୍ବା ପରେ ମୃତଦେହ ଦୁଆର ବନ୍ଧ ଆଗରେ ପଡିଥିବା ଦେଖିବାକୁ ପାଇଥିଲେ। ଗୁରୁବାର ସକାଳେ ଏନେଇ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ସାଇଣ୍ଟିଫିକ ଟିମ୍‌ ସହାୟତରେ ଘଟଣାସ୍ଥଳରେ ପହଞ୍ଚତ୍ ଛାନଭିନ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri