ଅଭିନେତ୍ରୀଙ୍କ ପରଲୋକ ଖବର ମିଥ୍ୟା, ଅସନ୍ତୋଷ ବ୍ୟକ୍ତ କଲେ ପୁଅ

ମୁମ୍ବାଇ: ବଲିଉଡ୍‌ର ଆଇକନ୍‌ ବୈଜୟନ୍ତୀ ମାଲାଙ୍କ ପରଲୋକ ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକ ଚକିତ ହୋଇଥିଲେ। କାରଣ ଏହି ଖବର ସିନେମାପ୍ରେମୀଙ୍କ ସହ ଭାରତନାଟ୍ୟମ କଳାକୁ ଭଲପାଉଥିବା ବ୍ୟକ୍ତିବିଶେଷଙ୍କ ହୃଦୟ ଭାଙ୍ଗିଥିଲା। କିଛି ସମୟ ମଧ୍ୟରେ ଭେଟେରାନ କଳାକାରଙ୍କୁ ଲୋକେ ଶ୍ରଦ୍ଧାଞ୍ଜଳି ଜଣାଇବା ଆରମ୍ଭ କରିଥିଲେ। ହେଲେ ଏବେ ତାଙ୍କ ପୁଅ ନିଜର ଅସନ୍ତୋଷ ବ୍ୟକ୍ତ କରି ଖବରଟି ସମ୍ପୂର୍ଣ୍ଣ ଭାବେ ମିଥ୍ୟା ବୋଲି କହିଛନ୍ତି।

ପୁଅ ସୁଚିତ୍ର ବାଲି ମା’ଙ୍କ ପରଲୋକ ଖବର ଦେଖିବା ପରେ ଫେସବୁକ୍‌ରେ ଏକ ପୋଷ୍ଟ କରିଛନ୍ତି। ସେଥିରେ ସେ ଲେଖିଛନ୍ତି ଯେ, ଡା. ବୈଜୟନ୍ତୀ ମାଳାଙ୍କ ସ୍ବାସ୍ଥ୍ୟ ଭଲ ଅଛି, ଯାହାବି ଖବର ଚାଲୁଛି ତାହା ମିଥ୍ୟା ଏବଂ ଭୁଲ୍‌। ଏଭଳି ଖବର ଶେୟାର କରିବା ପୂର୍ବରୁ ସୋର୍ସ ଜାଣିନିଅନ୍ତୁ ବୋଲି ସେ କହିଛନ୍ତି।

ତେବେ ବୈଜୟନ୍ତୀ ମାଲାଙ୍କ ନାମ ଭେଟେରାନ ଅଭିନେତ୍ରୀଙ୍କ ମଧ୍ୟରେ ସାମିଲ ଅଛି। ସେ ଅଭିନୟ ସହ ଶାସ୍ତ୍ରୀୟ ନୃତ୍ୟ ପାଇଁ ଚର୍ଚ୍ଚାରେ ରହିଥାନ୍ତି। ହିନ୍ଦୀ ସହ ତାମିଲ ଏବଂ ତେଲୁଗୁ ଫିଲ୍ମରେ ସେ କାମ କରିଛନ୍ତି। ବଡ଼ ପରଦାରେ ସୁଇମ୍‌ସୁଟ୍‌ ପିନ୍ଧିଥିବା ପ୍ରଥମ ଅଭିନେତ୍ରୀ ସେ ଥିଲେ। ସେ ଡା. ଚମନଲାଲ ବାଲିଙ୍କୁ ବିବାହ କରିଥିଲେ। ଗତ ଜାନୁଆରୀରେ ବୈଜୟନ୍ତୀ ମାଳା ଚେନ୍ନାଇରେ ଭାରତନାଟ୍ୟମର ଶୋ’ କରିଥିଲେ। ସେଠାରେ ୯୧ ବର୍ଷରେ ତାଙ୍କ ନୃତ୍ୟ ଦେଖି ସମସ୍ତେ ମନ୍ତ୍ରମୁଗ୍ଧ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri