Posted inରାଜ୍ୟ

ଦୁର୍ଘଟଣାରେ ମୃତ୍ୟୁ ହେଲେ ଖବରକାଗଜ ବିତରକଙ୍କୁ ମିଳିବ ୨ ଲକ୍ଷ

ଭୁବନେଶ୍ୱର,୧ା୧୨(ବ୍ୟୁରୋ)- ସୂଚନା ଓ ଖବର ପ୍ରସାରଣରେ ବିତରକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡ଼ିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟର ଖବରକାଗଜ ବିତରକଙ୍କ ପାଇଁ ଏକ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଛନ୍ତି।

ଏହି ଯୋଜନା ଅନୁଯାୟୀ ଓଡ଼ିଶା ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ଖବରକାଗଜ ବିତରକମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ। ଏହି ଯୋଜନା ଅନୁଯାୟୀ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ସେହିପରି ଦୁର୍ଘଟଣା ଯୋଗୁ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ବିତରକମାନଙ୍କୁ ଦେଢ଼ଲକ୍ଷ ଟଙ୍କା ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ଉଭୟ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୪୦ ହଜାର ଟଙ୍କା ସହାୟତା ଦିଆଯିବ।

କୋଭିଡ୍‌ ଯୋଗୁ ସେମାନେ ସମ୍ମୁଖୀନ ହୋଇଥିବା ଆର୍ଥିକ ଦୁଃସ୍ଥିତିକୁ ଦୃଷ୍ଟିରେ ରଖି ସବୁ ପଞ୍ଜୀକୃତ ଖବରକାଗଜ ବିତରକମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର ସହାୟତା ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri