Posted inରାଜ୍ୟ

ଦୁର୍ଘଟଣାରେ ମୃତ୍ୟୁ ହେଲେ ଖବରକାଗଜ ବିତରକଙ୍କୁ ମିଳିବ ୨ ଲକ୍ଷ

ଭୁବନେଶ୍ୱର,୧ା୧୨(ବ୍ୟୁରୋ)- ସୂଚନା ଓ ଖବର ପ୍ରସାରଣରେ ବିତରକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡ଼ିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟର ଖବରକାଗଜ ବିତରକଙ୍କ ପାଇଁ ଏକ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଛନ୍ତି।

ଏହି ଯୋଜନା ଅନୁଯାୟୀ ଓଡ଼ିଶା ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ଖବରକାଗଜ ବିତରକମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ। ଏହି ଯୋଜନା ଅନୁଯାୟୀ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ସେହିପରି ଦୁର୍ଘଟଣା ଯୋଗୁ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ବିତରକମାନଙ୍କୁ ଦେଢ଼ଲକ୍ଷ ଟଙ୍କା ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ଉଭୟ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୪୦ ହଜାର ଟଙ୍କା ସହାୟତା ଦିଆଯିବ।

କୋଭିଡ୍‌ ଯୋଗୁ ସେମାନେ ସମ୍ମୁଖୀନ ହୋଇଥିବା ଆର୍ଥିକ ଦୁଃସ୍ଥିତିକୁ ଦୃଷ୍ଟିରେ ରଖି ସବୁ ପଞ୍ଜୀକୃତ ଖବରକାଗଜ ବିତରକମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର ସହାୟତା ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri