ଆସନ୍ତା ଦୁଇଦିନ ଝଡ଼ବର୍ଷା, ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଗତ କିଛିଦିନ ହେବ କାଳବୈଶାଖୀ ଯୋଗୁ ତାତି ନିୟନ୍ତ୍ରଣରେ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ରୁ ୩୮ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହିଛି। ଆସନ୍ତା ଦୁଇଦିନ ଅଧିକାଂଶ ଜିଲାରେ ଝଡ଼ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ସମ୍ଭାବନା ରହିଛି। ସେହି ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୋନପୁର, ଯାଜପୁର ଏବଂ ଭଦ୍ରକ। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ୟେଲୋଓ୍ବାର୍ନିଂ ଜାରି କରିଛି। ଏହାଛଡ଼ା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଟିଟିଲାଗଡ଼ରେ ସର୍ବାଧିକ ୩୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ୩୮, ସୁନ୍ଦରଗଡ଼ରେ ୩୭.୫, ତାଳଚେରରେ ୩୭.୩ ଡିଗ୍ରୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri