ବେଆଇନ ପଥର ଖଣି ଖନନକୁ ନେଇ ଏନ୍‌ଜିଟି କ୍ଷୁବ୍ଧ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ବେଆଇନ ପଥର ଖନନକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) କ୍ଷୋଭ ପ୍ରକାଶ କରିଛନ୍ତି। ଜିଲାରେ ବେଆଇନ ଖଣି ଦ୍ୱାରା କେତେ ପଥର ଚୋରି ହୋଇଛି, ପରିବେଶ କ୍ଷତିଭରଣା ପାଇଁ କେତେ ଟଙ୍କା ଜରିମାନା କରାଯାଇଛି ଏବଂ ବେଆଇନ ଖଣି ଖନନକାରୀଙ୍କଠାରୁ କେତେ ଅର୍ଥ ଆଦାୟ କରାଯାଇଛି ସେ ନେଇ ଏକ ସତ୍ୟପାଠ ଦାଖଲ କରିବାକୁ ଏନ୍‌ଜିଟି ଖୋର୍ଦ୍ଧା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ସମ୍ପୃକ୍ତ ଅଞ୍ଚଳର ପରିବେଶ ସୁରକ୍ଷା ପାଇଁ ଏକ କମ୍ପ୍ରେହେନ୍‌ସିଭ ଆକ୍ସନ ପ୍ଲାନ କରିବାକୁ ଏନ୍‌ଜିଟିର ବିଚାର ବିଭାଗୀୟ ସଦସ୍ୟ ବି. ଅମିତ ସ୍ଥାଲେକର ଏବଂ ଏକ୍ସପର୍ଟ ମେମ୍ବର ଶୈବାଳ ଦାସଗୁପ୍ତା ଖୋର୍ଦ୍ଧା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଷ୍ଟେଟ ଏନଭାଇରନମେଣ୍ଟ ଇମ୍ପାକ୍ଟ ଆସେସ୍‌ମେଣ୍ଟ ଅଥରିଟି (ଏସ୍‌ଇଆଇଏଏ) ଦ୍ୱାରା ଦାଖଲ କରାଯାଇଥିବା ସତ୍ୟପାଠକୁ ଏନ୍‌ଜିଟି ଖାରଜ କରିବା ସହ ଆଉଥରେ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସତ୍ୟପାଠରେ ବେଆଇନ ଖଣି ଖନନକାରୀଙ୍କ ନାମ, ସେମାନଙ୍କୁ ପ୍ରୋତ୍ସାହିତ କରୁଥିବା ବ୍ୟକ୍ତି, ପଥର ବୋହୁଥିବା ଟ୍ରକ୍‌ ମାଲିକ, ବେଆଇନ ପଥର ଚୋରାଚାଲାଣ ଦ୍ୱାରା ରାଜ୍ୟ ରାଜକୋଷକୁ ହୋଇଥିବା କ୍ଷତି, ପରିବେଶ କ୍ଷତିଭରଣା ପାଇଁ ଆଦାୟ ହୋଇଥିବା ଅର୍ଥ ଆଦି ବିଷୟରେ ପୁଙ୍ଖାନୁପୁଙ୍ଖ ଜଣାଇବାକୁ ଏନ୍‌ଜିଟି ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ପୂର୍ବରୁ ଜିଲାରେ ବେଆଇନ ପଥର ଚାଲାଣ ଯୋଗୁ ହୋଇଥିବା ପରିବେଶଜନିତ କ୍ଷତି ଯାଞ୍ଚ କରିବାକୁ ଏନ୍‌ଜିଟି ଏକ ୪ ଜଣିଆ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହି କମିଟିରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବରିଷ୍ଠ ବୈଜ୍ଞାନିକ, ଖୋର୍ଦ୍ଧା ଜିଲା ମାଜିଷ୍ଟ୍ରେଟ, ଏସ୍‌ଇଆଇଏଏ ମେମ୍ବର ସେକ୍ରେଟାରି ଏବଂ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଜଣେ ଅଧିକାରୀ ସଦସ୍ୟ ରହିଛନ୍ତି। ପଥର ଖୋଳିବା ବେଳେ ଖଣିର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜ୍ୟୁର(ଏସ୍‌ଓପି) ଏବଂ ଅନ୍ୟାନ୍ୟ ପରିବେଶ ଆଇନକୁ ଅନୁସରଣ କରାଯାଉ ନ ଥିବା ନେଇ ଏନ୍‌ଜିଟିରେ ଅଭିଯୋଗ ହୋଇଥିଲା। ଜିଲାର ତାପଙ୍ଗ, ଅଣ୍ଡା, ଝିଙ୍କିଝାରି ଗ୍ରାମର ପ୍ରାୟ ୪୦ଟି ସ୍ଥାନରେ ୫୦୦ ଏକର ଜମିରେ ଏଭଳି ବେଆଇନ ଖଣି ଖନନ ହୋଇଥିବା ଅଭିଯୋଗ ହୋଇଛି। ସେହି ସବୁ ଅଞ୍ଚଳରେ କାଜୁ ବଗିଚା, ଗ୍ରାମ୍ୟ ଜଙ୍ଗଲ ଏବଂ ଗୋଚର ଜମି ରହିଛି। ଖଣି ଖନନ ପାଇଁ କୌଣସି ଅନୁମତି କିମ୍ବା ପରିବେଶ ଅନୁମତି କିମ୍ବା କନ୍‌ସେଣ୍ଟ ଟୁ ଅପରେଟ ନ ଥାଇ ବହୁସଂଖ୍ୟାରେ ଗଛ କଟାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?