ବେଆଇନ ପଥର ଖଣି ଖନନକୁ ନେଇ ଏନ୍‌ଜିଟି କ୍ଷୁବ୍ଧ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ବେଆଇନ ପଥର ଖନନକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) କ୍ଷୋଭ ପ୍ରକାଶ କରିଛନ୍ତି। ଜିଲାରେ ବେଆଇନ ଖଣି ଦ୍ୱାରା କେତେ ପଥର ଚୋରି ହୋଇଛି, ପରିବେଶ କ୍ଷତିଭରଣା ପାଇଁ କେତେ ଟଙ୍କା ଜରିମାନା କରାଯାଇଛି ଏବଂ ବେଆଇନ ଖଣି ଖନନକାରୀଙ୍କଠାରୁ କେତେ ଅର୍ଥ ଆଦାୟ କରାଯାଇଛି ସେ ନେଇ ଏକ ସତ୍ୟପାଠ ଦାଖଲ କରିବାକୁ ଏନ୍‌ଜିଟି ଖୋର୍ଦ୍ଧା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ସମ୍ପୃକ୍ତ ଅଞ୍ଚଳର ପରିବେଶ ସୁରକ୍ଷା ପାଇଁ ଏକ କମ୍ପ୍ରେହେନ୍‌ସିଭ ଆକ୍ସନ ପ୍ଲାନ କରିବାକୁ ଏନ୍‌ଜିଟିର ବିଚାର ବିଭାଗୀୟ ସଦସ୍ୟ ବି. ଅମିତ ସ୍ଥାଲେକର ଏବଂ ଏକ୍ସପର୍ଟ ମେମ୍ବର ଶୈବାଳ ଦାସଗୁପ୍ତା ଖୋର୍ଦ୍ଧା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଷ୍ଟେଟ ଏନଭାଇରନମେଣ୍ଟ ଇମ୍ପାକ୍ଟ ଆସେସ୍‌ମେଣ୍ଟ ଅଥରିଟି (ଏସ୍‌ଇଆଇଏଏ) ଦ୍ୱାରା ଦାଖଲ କରାଯାଇଥିବା ସତ୍ୟପାଠକୁ ଏନ୍‌ଜିଟି ଖାରଜ କରିବା ସହ ଆଉଥରେ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସତ୍ୟପାଠରେ ବେଆଇନ ଖଣି ଖନନକାରୀଙ୍କ ନାମ, ସେମାନଙ୍କୁ ପ୍ରୋତ୍ସାହିତ କରୁଥିବା ବ୍ୟକ୍ତି, ପଥର ବୋହୁଥିବା ଟ୍ରକ୍‌ ମାଲିକ, ବେଆଇନ ପଥର ଚୋରାଚାଲାଣ ଦ୍ୱାରା ରାଜ୍ୟ ରାଜକୋଷକୁ ହୋଇଥିବା କ୍ଷତି, ପରିବେଶ କ୍ଷତିଭରଣା ପାଇଁ ଆଦାୟ ହୋଇଥିବା ଅର୍ଥ ଆଦି ବିଷୟରେ ପୁଙ୍ଖାନୁପୁଙ୍ଖ ଜଣାଇବାକୁ ଏନ୍‌ଜିଟି ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ପୂର୍ବରୁ ଜିଲାରେ ବେଆଇନ ପଥର ଚାଲାଣ ଯୋଗୁ ହୋଇଥିବା ପରିବେଶଜନିତ କ୍ଷତି ଯାଞ୍ଚ କରିବାକୁ ଏନ୍‌ଜିଟି ଏକ ୪ ଜଣିଆ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହି କମିଟିରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବରିଷ୍ଠ ବୈଜ୍ଞାନିକ, ଖୋର୍ଦ୍ଧା ଜିଲା ମାଜିଷ୍ଟ୍ରେଟ, ଏସ୍‌ଇଆଇଏଏ ମେମ୍ବର ସେକ୍ରେଟାରି ଏବଂ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଜଣେ ଅଧିକାରୀ ସଦସ୍ୟ ରହିଛନ୍ତି। ପଥର ଖୋଳିବା ବେଳେ ଖଣିର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜ୍ୟୁର(ଏସ୍‌ଓପି) ଏବଂ ଅନ୍ୟାନ୍ୟ ପରିବେଶ ଆଇନକୁ ଅନୁସରଣ କରାଯାଉ ନ ଥିବା ନେଇ ଏନ୍‌ଜିଟିରେ ଅଭିଯୋଗ ହୋଇଥିଲା। ଜିଲାର ତାପଙ୍ଗ, ଅଣ୍ଡା, ଝିଙ୍କିଝାରି ଗ୍ରାମର ପ୍ରାୟ ୪୦ଟି ସ୍ଥାନରେ ୫୦୦ ଏକର ଜମିରେ ଏଭଳି ବେଆଇନ ଖଣି ଖନନ ହୋଇଥିବା ଅଭିଯୋଗ ହୋଇଛି। ସେହି ସବୁ ଅଞ୍ଚଳରେ କାଜୁ ବଗିଚା, ଗ୍ରାମ୍ୟ ଜଙ୍ଗଲ ଏବଂ ଗୋଚର ଜମି ରହିଛି। ଖଣି ଖନନ ପାଇଁ କୌଣସି ଅନୁମତି କିମ୍ବା ପରିବେଶ ଅନୁମତି କିମ୍ବା କନ୍‌ସେଣ୍ଟ ଟୁ ଅପରେଟ ନ ଥାଇ ବହୁସଂଖ୍ୟାରେ ଗଛ କଟାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri