Posted inଜାତୀୟ

ଏନ୍‌ଜିଟି ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୨୯।୧: ବାଲେଶ୍ୱର ଜିଲାରେ ସୁବର୍ଣ୍ଣରେଖା ନଦୀଶଯ୍ୟାରୁ ବେଆଇନ ବାଲି ଉତ୍ତୋଳନ ଅଭିଯୋଗ ଉପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ଶୁକ୍ରବାର ତାଙ୍କ ରାୟ ସଂରକ୍ଷିତ ରଖିଛନ୍ତି। ଏନ୍‌ଜିଟିର ନ୍ୟାୟିକ ସଦସ୍ୟ ବି. ଅମିତ ସ୍ଥାଲେକର ଏବଂ ବିଶେଷଜ୍ଞ ସଦସ୍ୟ ସାଇବାଲ ଦାସଗୁପ୍ତା ମାମଲାର ଶୁଣାଣି କରିଥିଲେ।
ବେଆଇନ ଭାବେ ନଦୀଶଯ୍ୟାରୁ ପ୍ରଚୁର ବାଲି ଉତ୍ତୋଳନ କରାଯିବା ସହ ଗଁା ରାସ୍ତାରେ ତାହା ପରିବହନ କରାଯିବା ଯୋଗୁ ମାତ୍ରାଧିକ ବାୟୁ ପ୍ରଦୂଷଣ ହେଉଛି। ଏଥିସହିତ ଜଳସ୍ତର ହ୍ରାସ ପାଇବା ସହ ନଦୀ ଦିଗ ବଦଳାଉଛି। ନଦୀରେ କାଠ ପୋଲ ଏବଂ ଆପ୍ରୋଚ ରୋଡ୍‌ ନିର୍ମାଣ ଯୋଗୁ ସ୍ବାଭାବିକ ଜଳପ୍ରବାହ ବାଧାପ୍ରାପ୍ତ ହେଉଛି। ଫଳରେ ଉକ୍ତ ଅଞ୍ଚଳରେ ବସବାସ କରୁଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଆବେଦନରେ ଦର୍ଶାଯାଇଥିଲା। ମନଇଚ୍ଛା ବାଲି ଉତ୍ତୋଳନ ଯୋଗୁ ପରିବେଶ ପ୍ରତି ବିପଦ ସୃଷ୍ଟି ହୋଇଛି। ବାଲି ପରିବହନରେ ବହୁସଂଖ୍ୟାରେ ଟ୍ରକ୍‌ ଓ ଟ୍ରାକ୍ଟର ନିୟୋଜିତ ହୋଇଛନ୍ତି। ପ୍ରଦୂଷଣ ରୋକିବା ଲାଗି ରାସ୍ତାର ଉଭୟ ପାର୍ଶ୍ୱରେ ବୃକ୍ଷ ରୋପଣ କରାଯାଉ ନାହିଁ। ସେହିପରି ଶବ୍ଦ ଓ ଧୂଳି ରୋକିବା ଲାଗି ମଧ୍ୟ କୌଣସି ବ୍ୟବସ୍ଥା ହୋଇ ନ ଥିବା ଅଭିଯୋଗ ହୋଇଥିଲା। ଆବେଦନପତ୍ର ପାଇବା ପରେ ଉକ୍ତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ପାଇଁ ପୂର୍ବରୁ ଟ୍ରିବ୍ୟୁନାଲ ବାଲେଶ୍ୱର ଜିଲାପାଳ, ରାଜ୍ୟ ପରିବେଶ ପ୍ରଭାବ ଆକଳନ କର୍ତ୍ତୃପକ୍ଷ, ଓଡ଼ିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟର ଜଣେ ସଦସ୍ୟଙ୍କୁ ନେଇ କମିଟି ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri