ଏନ୍‌ଏଚ୍‌ କଡରୁ ଜବରଦଖଲ ହଟିଲା

ଜଳେଶ୍ୱର,୧୪।୪(ଡି.ଏନ.ଏ.): ୬୦ନଂ. ଜାତୀୟ ରାଜପଥ(ଏନ୍‌ଏଚ୍‌)ର ଜଳେଶ୍ୱର ନିକଟ ଉପାନ୍ତ ଲକ୍ଷ୍ମଣନାଥ ଟୋଲପ୍ଲାଜାର ୨ଶହ ମିଟର ଉତ୍ତର ଓ ଦକ୍ଷିଣ ଦିଗକୁ ଦୀର୍ଘବର୍ଷ ଧରି କେତେକ ଉଠାଦୋକାନୀ ଜବରଦଖଲ କରି ରଖିଥିଲେ। ମଙ୍ଗଳବାର ପ୍ରଶାସନ ପକ୍ଷରୁ ଏସବୁ ଉଚ୍ଛେଦ କରାଯାଇଛି ା ଏବେ ସେଠାରେ ତନଖି ଫାଟକ ନ ଥିଲେ ମଧ୍ୟ କେତେକ ଯୁବକ ବ୍ୟାପକ ଚାନ୍ଦା ଆଦାୟ କରୁଥିବା ଅଭିଯୋଗ ହୋଇଆସୁଥିଲା ା ସେଠାରେ ନିକଟସ୍ଥ ଗ୍ରାମବାସୀ ନିଜର ପେଟପାଟଣା ଲାଗି ରାସ୍ତାକଡରେ ଉଠା ଦୋକାନ କରି ପରିବାର ଚଳାଉଥିଲେ। ସେମାନଙ୍କୁ ଥଇଥାନ କରିବାକୁ ଦାବି ହୋଇଛି ା ଉକ୍ତ ସ୍ଥାନରେ ୟୁନିଫାଏଡ ଚେକ୍‌ଗେଟ୍‌ ନ ଥିଲେ ମଧ୍ୟ ଟୋଲପ୍ଲାଜା ରହିଥିବାରୁ ସବୁ ସମୟରେ ଶହ ଶହ ଟ୍ରକ୍‌, ବସ୍‌ ଅଟକିଥାଏ ା ତେଣୁ ସ୍ଥାନୀୟ କେତେକ ଯୁବକ ଏହାର ସୁଯୋଗ ନେଇ ବ୍ୟାପକ ଚାନ୍ଦା ଆଦାୟ କରୁଥିବା ଅଭିଯୋଗ ହୋଇଆସୁଥିଲା। ପ୍ରଶାସନ ପକ୍ଷରୁ ପ୍ରାୟ ୭୦ ଦୋକାନ ଘରକୁ ଉଚ୍ଛେଦ କରିବା ଲାଗି ପୂର୍ବରୁ ନୋଟିସ୍‌ ଦିଆଯାଇଥିଲା। ନୋଟିସ୍‌କୁ ବେଖାତିର କରାଯିବାରୁ ପ୍ରଶାସନ ପକ୍ଷରୁ ଚରମ ପଦକ୍ଷେପ ନିଆଯାଇଛି। ଜିଲାପାଳ ଓ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ ଜଳେଶ୍ୱର ତହସିଲଦାର ସ୍ମୃତିରଞ୍ଜନ ମଲ୍ଲିକ, ଏସ୍‌ଡିପିଓ ଅଙ୍କିତା କୁମ୍ଭାର, ଆଇଆଇସି ରୋଜାଲିନ୍‌ ବେହେରା, ଜାତୀୟ ରାଜପଥ କର୍ତ୍ତୃପକ୍ଷ ସଂଜୟ ଘଟୋକତ୍ଚ, ଆର୍‌ଆଇ ଦିଲୀପ ଚାନ୍ଦ ଓ ଶରତ ବେହେରା ପ୍ରମୁଖ ଉଚ୍ଛେଦ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri