ମରଣଯନ୍ତା ପାଲଟିଛି ପୂର୍ତ୍ତ ବିଭାଗ ରାସ୍ତା

ନାଉଗାଁ,୧୯ା୭(ସ୍ବ.ପ୍ର.):ନାଉଗାଁ ବ୍ଲକ ଅନ୍ତର୍ଗତ ନିଆଳି -ଗଜରାଜପୁର ରାସ୍ତା ଏବେ ମରଣଯନ୍ତା ପାଲିଟିଛି। ଏହି ରାସ୍ତା ଏରେଡା ଦେଇ ନିଆଳିକୁ ସଂଯୋଗ କରୁଛି। ଏହା ଦେବୀ ନଦୀବନ୍ଧ ଉପରେ ଯାଇଛି। ପୂର୍ବରୁ ଉକ୍ତ ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିଲା। ୭ ରୁ ୮ ବର୍ଷ ତଳେ ଏହାକୁ ନିର୍ମାଣ କରାଯାଇଥିବାବେଳେ ଏବେ ଏହା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ବାଟ ଦେଇ ନିଆଳି, କଟକ, ଭୁବନେଶ୍ୱର ଆଦିକୁ ଯାତାୟାତ କରିବା ସୁବିଧାଜନକ ହୋଇଥିବାବେଳେ ଗଳଦାରୀ, ଗଜରାଜପୁର, ନୂଆଗଁା ଓ ରୋହିଆ ଆଦି ପଞ୍ଚାୟତ ପାଇଁ ଏହା ମୁଖ୍ୟ ସଂଯୋଗୀକରଣ ରାସ୍ତା। ମାତ୍ର ଦୀର୍ଘଦିନ ହେବ ଏହା ମରାମତି ହୋଇ ନ ଥିବାରୁ ଏହାର ଅବସ୍ଥା ଶୋଚନୀୟ ହୋଇଯାଇଛି। ଦେବୀ ନଦୀରେ ଥିବା ଅରଖକୁଦ, ଗଳଦାରୀ ବାଲି ସଇରାତ ଓ ନିଆଳି ବ୍ଲକରେ ଥିବା ବାଲି ସଇରାତରୁ ପ୍ରତ୍ୟହ ବାଲି ବୋଝେଇ ଗାଡି ଏହି ବାଟ ଦେଇ ଯାଇଥାଏ। ତେବେ ଆବଶ୍ୟକୀୟଠାରୁ ଅଧିକ ଓଜନର ଭାରିଯାନ ରାସ୍ତାରେ ଚଳାଚଳ କରିବା ଯୋଗୁ ଏବେ ଏହା ଖାଲଖମାରେ ପୂରି ଯାଇଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ବର୍ଷା ଦିନ ହୋଇଥିବାରୁ ଉକ୍ତ ଖାଲରେ ବର୍ଷା ପାଣି ଜମି ବହୁ ସମୟରେ ଦୁର୍ଘଟଣା ଘଟୁଛି। ଫଳରେ ରାସ୍ତାରେ ଯାତାୟାତ କରିବା ସମ୍ଭବ ହେଉନାହିଁ ବୋଲି ଡମ୍ବରୁଧର ବସ୍ତିଆ, ଅମରଜିତ ସ୍ବାଇଁ, ମନୋଜ କୁମାର ମହାନ୍ତି, ନିହାର ରଞ୍ଜନ ସ୍ବାଇଁ ଓ ଆର୍ତ୍ତତ୍ରାଣ ନାୟକ ପ୍ରମୁଖ ପ୍ରକାଶ କରିଛନ୍ତି। ୨୭ ଡିସେମ୍ବର ୨୦୨୧ରେ ଏହି ରାସ୍ତାକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିଛି। ମାତ୍ର ଏପର୍ଯ୍ୟନ୍ତ ରାସ୍ତା ମରାମତି ହୋଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ରାସ୍ତା ମରାମତି କରିବା ପାଇଁ ପ୍ରଶାସନ ନିକଟରେ ଦାବି ହୋଇଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ଯନ୍ତ୍ରୀ ବଳରାମ ସ୍ବାଇଁ କୁହନ୍ତି, ରାସ୍ତା ନିର୍ମାଣ ପାଇଁ ପ୍ରୋସେସିଂ କାର୍ଯ୍ୟ ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri