ମରଣଯନ୍ତା ପାଲଟିଛି ପୂର୍ତ୍ତ ବିଭାଗ ରାସ୍ତା

ନାଉଗାଁ,୧୯ା୭(ସ୍ବ.ପ୍ର.):ନାଉଗାଁ ବ୍ଲକ ଅନ୍ତର୍ଗତ ନିଆଳି -ଗଜରାଜପୁର ରାସ୍ତା ଏବେ ମରଣଯନ୍ତା ପାଲିଟିଛି। ଏହି ରାସ୍ତା ଏରେଡା ଦେଇ ନିଆଳିକୁ ସଂଯୋଗ କରୁଛି। ଏହା ଦେବୀ ନଦୀବନ୍ଧ ଉପରେ ଯାଇଛି। ପୂର୍ବରୁ ଉକ୍ତ ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିଲା। ୭ ରୁ ୮ ବର୍ଷ ତଳେ ଏହାକୁ ନିର୍ମାଣ କରାଯାଇଥିବାବେଳେ ଏବେ ଏହା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ବାଟ ଦେଇ ନିଆଳି, କଟକ, ଭୁବନେଶ୍ୱର ଆଦିକୁ ଯାତାୟାତ କରିବା ସୁବିଧାଜନକ ହୋଇଥିବାବେଳେ ଗଳଦାରୀ, ଗଜରାଜପୁର, ନୂଆଗଁା ଓ ରୋହିଆ ଆଦି ପଞ୍ଚାୟତ ପାଇଁ ଏହା ମୁଖ୍ୟ ସଂଯୋଗୀକରଣ ରାସ୍ତା। ମାତ୍ର ଦୀର୍ଘଦିନ ହେବ ଏହା ମରାମତି ହୋଇ ନ ଥିବାରୁ ଏହାର ଅବସ୍ଥା ଶୋଚନୀୟ ହୋଇଯାଇଛି। ଦେବୀ ନଦୀରେ ଥିବା ଅରଖକୁଦ, ଗଳଦାରୀ ବାଲି ସଇରାତ ଓ ନିଆଳି ବ୍ଲକରେ ଥିବା ବାଲି ସଇରାତରୁ ପ୍ରତ୍ୟହ ବାଲି ବୋଝେଇ ଗାଡି ଏହି ବାଟ ଦେଇ ଯାଇଥାଏ। ତେବେ ଆବଶ୍ୟକୀୟଠାରୁ ଅଧିକ ଓଜନର ଭାରିଯାନ ରାସ୍ତାରେ ଚଳାଚଳ କରିବା ଯୋଗୁ ଏବେ ଏହା ଖାଲଖମାରେ ପୂରି ଯାଇଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ବର୍ଷା ଦିନ ହୋଇଥିବାରୁ ଉକ୍ତ ଖାଲରେ ବର୍ଷା ପାଣି ଜମି ବହୁ ସମୟରେ ଦୁର୍ଘଟଣା ଘଟୁଛି। ଫଳରେ ରାସ୍ତାରେ ଯାତାୟାତ କରିବା ସମ୍ଭବ ହେଉନାହିଁ ବୋଲି ଡମ୍ବରୁଧର ବସ୍ତିଆ, ଅମରଜିତ ସ୍ବାଇଁ, ମନୋଜ କୁମାର ମହାନ୍ତି, ନିହାର ରଞ୍ଜନ ସ୍ବାଇଁ ଓ ଆର୍ତ୍ତତ୍ରାଣ ନାୟକ ପ୍ରମୁଖ ପ୍ରକାଶ କରିଛନ୍ତି। ୨୭ ଡିସେମ୍ବର ୨୦୨୧ରେ ଏହି ରାସ୍ତାକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିଛି। ମାତ୍ର ଏପର୍ଯ୍ୟନ୍ତ ରାସ୍ତା ମରାମତି ହୋଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ରାସ୍ତା ମରାମତି କରିବା ପାଇଁ ପ୍ରଶାସନ ନିକଟରେ ଦାବି ହୋଇଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ଯନ୍ତ୍ରୀ ବଳରାମ ସ୍ବାଇଁ କୁହନ୍ତି, ରାସ୍ତା ନିର୍ମାଣ ପାଇଁ ପ୍ରୋସେସିଂ କାର୍ଯ୍ୟ ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri