ଖସିଲା ରାତି ତାପମାତ୍ରା

ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିସହିତ ଖସିବାରେ ଲାଗିଛି ରାତିରେ ତାପମାତ୍ରା। ଆଗାମୀ ଦିନରେ ଏହା ଆହୁରି ହ୍ରାସ ପାଇବ। ଏଥିସହ ଶୀତ ବଢ଼ିବ ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଏଚ.ଆର୍‌. ବିଶ୍ୱାସ।
ମୌସୁମୀ ଫେରିବା ସମ୍ପର୍କରେ ଅଧିକ ସୂଚନା ଦେଇ ନିର୍ଦ୍ଦେଶକ କହିଛନ୍ତି, ମଙ୍ଗଳବାର ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର ନୂଆପଡ଼ା, କେନ୍ଦୁଝର ଏବଂ ନବରଙ୍ଗପୁର ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ଅପସରି ଯାଇଛି। ମୟୂରଭଞ୍ଜ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଜିଲାର କେତେକ ଅଞ୍ଚଳରୁ ଆଂଶିକ ପ୍ରତ୍ୟାବର୍ତ୍ତନ କରିଛି। ପାଗ ଅନୁକୂଳ ଥିବାରୁ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଅନ୍ୟାନ୍ୟ ଜିଲାରୁ ପ୍ରତ୍ୟାବର୍ତ୍ତନ କରିବ। ଚଳିତ ବର୍ଷ ମୌସୁମୀ ୧୦-୧୨ ଦିନ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିଛି। ଏହାର ପ୍ରଭାବରେ ଭଲ ବର୍ଷା ହୋଇଛି। ଜୁଲାଇରେ ପାଗ ଶୁଖିଲା ଥିଲା। ତେବେ ଅଗଷ୍ଟରୁ ଅକ୍ଟୋବର ତୃତୀୟ ସପ୍ତାହ ଯାଏ ଲଗାତର ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ବର୍ଷା ଅଭାବ ଭରଣା ହୋଇଛି। ଜୁନ୍‌ ପହିଲାରୁ ଅକ୍ଟୋବର ୨୭ ଯାଏ ଓଡ଼ିଶାରେ ସ୍ବାଭାବିକ ଠାରୁ ୪% ଅଧିକ ବର୍ଷିଛି। ଆସନ୍ତା ୫ ଦିନ ଯାଏ ପାଗ ଶୁଖିଲା ରହିବ। କଁା ଭଁା କେଉଁଠି ଅସରାଏ ଦିଅସରା ବର୍ଷା ହେବା ସମ୍ଭାବନା ଥିବା ସେ କହିଛନ୍ତି।
ଜୁନ୍‌ ପହିଲାରୁ ସେପ୍ଟେମ୍ବର ୩୦ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୧୨୫୦ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୧୩୦୨ ମିଲିମିଟର। ମାଲକାନଗିରି ଏବଂ ଝାରସୁଗୁଡ଼ା ଜିଲାରେ ଅଧିକ ବର୍ଷା ରେକର୍ଡ କରାଯାଇଛି। ଜୁନ୍‌ ପହିଲାରୁ ଅକ୍ଟୋବର ୨୭ ମଧ୍ୟରେ ରାଜ୍ୟରେ ୧୦ଟି ଲଘୁଚାପ ସୃଷ୍ଟି ହୋଇଛି। ଅଗଷ୍ଟରେ ୫ଟି ହୋଇଥିବା ବେଳେ ସେପ୍ଟେମ୍ବରରେ ଗୋଟିଏ ଏବଂ ଅକ୍ଟୋବରରୁ ଅଦ୍ୟାବଧି ୪ଟି ଲଘୁଚାପ ସୃଷ୍ଟି ହୋଇସାରିଲାଣି। ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ୍‌ ୧୧ରେ ରାଜ୍ୟକୁ ପ୍ରବେଶ କରିଥିଲା। ଜୁନ୍‌ରେ ସାଧାରଣ ବୃଷ୍ଟିପାତଠାରୁ ୯.୩% ଅଧିକ ବର୍ଷା ହୋଇଥିବା ବେଳେ ଜୁଲାଇରେ ୩୪.୯% କମ୍‌ ବର୍ଷା ହୋଇଥିଲା। ଚାଷକାର୍ଯ୍ୟ ଗୁରୁତର ବାଧାପ୍ରାପ୍ତ ହୋଇଥିଲା। ତେବେ ଅଗଷ୍ଟରେ ୪୫.୨%ରୁ ଅଧିକ ବର୍ଷା ହେବାପରେ ଜୁଲାଇର ନିଅଣ୍ଟକୁ ଭରଣା କରିଥିଲା। ଅଗଷ୍ଟରେ ୧୭ ଜିଲାରେ ସାଧାରଣ ବୃଷ୍ଟିପାତ (୧୯ ପ୍ରତିଶତ)ଠାରୁ ଅଧିକ ହୋଇଥିବା ବେଳେ ୧୨ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିଲା। ଅଗଷ୍ଟରେ ୪ ଲଘୁଚାପ ହୋଇଥିଲା। ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟରେ ମଧ୍ୟମ ଧରଣର ବନ୍ୟା ହୋଇଥିଲା। ଏଥିରେ ଯାଜପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଜିଲା ଅଧିକ ପ୍ରଭାବିତ ହୋଇଥିଲା।
ମୌସୁମୀ ଅପସାରଣ ହୋଇଥିବାରୁ ରାଜ୍ୟକୁ ଉତ୍ତର ପୂର୍ବ ଦିଗରୁ ପବନ ବହିବା ଆରମ୍ଭ ହୋଇଛି। ରାତ୍ରିର ତାପମାତ୍ରା ତଳକୁ ଖସିବାରେ ଲାଗିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଅନୁଗୋଳର ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ସୋନପୁର ୧୪.୨, ଦାରିଙ୍ଗବାଡି ୧୫, ବାରିପଦା ୧୭, କେନ୍ଦୁଝର ୧୬.୬, ବଲାଙ୍ଗୀର ୧୫.୫, କୋରାପୁଟ ୧୫.୮ ଏବଂ ଫୁଲବାଣୀର ତାପମାତ୍ରା ୧୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri