କାର୍ଯ୍ୟକ୍ଷମ ହେବ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟ

ଯାଜପୁର ଅଫିସ,୨୫ା୪: ଦେଶର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ନାସିକ କୋଭିଡ୍‌ ହସ୍ପିଟାଲରେ ବୁଧବାର ଅକ୍ସିଜେନ ଅଭାବରୁ ୨୪ ଜଣ ଏବଂ ଗତ ୪୮ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୫୦ଜଣ କୋଭିଡ୍‌ ରୋଗୀଙ୍କ ମୃତ୍ୟୁ ଘଟିଛି। ଏଭଳି ସ୍ଥିତିରେ ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ଏକମାତ୍ର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନୀଳାଚଳ ଇସ୍ପାତ ନିଗମ ଲିଃ(ଏନ୍‌ଆଇଏନ୍‌ଏଲ୍‌)ର ଅକ୍ସିଜେନ ପ୍ଲାଣ୍ଟ ଗତ ୧ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବନ୍ଦ ପଡ଼ିଛି। ଏନେଇ ଧରିତ୍ରୀରେ ଗତ ୨୩ ତାରିଖରେ ‘ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟ ଅଚଳ’ ଶୀର୍ଷକ ଖବର ପ୍ରକାଶ ପାଇଥିଲା। ଏହାପରେ ନୀଳାଚଳ କାରଖାନା କର୍ତ୍ତୃପକ୍ଷଙ୍କ ଚେତା ପଶିଛି। କାରଖାନାର ପରିଚାଳକ(ଏଚ୍‌ଆର୍‌ଏମ୍‌) ଏସ.କେ. ସାହୁ ଶନିବାର ଅକ୍ସିଜେନ ପ୍ଲାଣ୍ଟ ଚଳାଇବାକୁ ୧୩ ଜଣ ଅଧିକାରୀ ଓ ୧୬ ଜଣ ବୈଷୟିକ କର୍ମଚାରୀଙ୍କୁ ଦାୟିତ୍ୱ ଦେଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ନୀଳାଚଳରେ କାର୍ଯ୍ୟରତ କର୍ମଚାରୀ ଓ ଅଧିକାରୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯିବା ସହ ଧରିତ୍ରୀକୁ ଧନ୍ୟବାଦ ଅର୍ପଣ କରିଛନ୍ତି। ଏଚ୍‌ଆର୍‌ଏମ୍‌ ସାହୁଙ୍କ ନିର୍ଦ୍ଦେଶ ଅନୁସାରେ କାରଖାନା ପାୱାର ପ୍ଲାଣ୍ଟର ଡିଜିଏମ୍‌ ଚନ୍ଦ୍ରମଣି ଦାସ ଅକ୍ସିଜେନ ପ୍ଲାଣ୍ଟ ପରିଚାଳନା ଦାୟିତ୍ୱରେ ରହିବେ। ସେ ପାୱାର ପ୍ଲାଣ୍ଟର ଜିଏମ୍‌ ଅଶୋକ କୁମାର ପଣ୍ଡାଙ୍କୁ ରିପୋର୍ଟ କରିବେ। ଦାୟିତ୍ୱ ଦିଆଯାଇଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ ତୁରନ୍ତ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ପାଇଁ କୁହାଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ଏନ୍‌ଆଇଏନ୍‌ଏଲ୍‌ରେ ୨୦୧୨ରେ ଏକ ଅକ୍ସିଜେନ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହୋଇଥିଲା। ଦୈନିକ ୪୧୮ ଟନ୍‌ କ୍ଷମତା ବିଶିଷ୍ଟ ଏହି ପ୍ଲାଣ୍ଟରୁ ୫ ପ୍ରତିଶତ ଅକ୍ସିଜେନ ହସ୍ପିଟାଲଗୁଡ଼ିକୁ ବିକ୍ରି କରିବାକୁ ଚୁକ୍ତି ରହିଥିଲା। ତଦନୁସାରେ ବୈଷୟିକ ଯନ୍ତ୍ରପାତି ସ୍ଥାପନ ହୋଇଥିଲା। ବାକି ଅକ୍ସିଜେନ କାରଖାନା କାର୍ଯ୍ୟରେ ଲାଗୁଥିଲା। ଏହି ପ୍ଲାଣ୍ଟ ପାଇଁ ୩୦୦ରୁ ଊର୍ଦ୍ଧ୍ୱ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା। ତେବେ ୨୦୨୦ ମାର୍ଚ୍ଚ ୩୦ରୁ ଏହି କାରଖାନା ବନ୍ଦ ରହିଥିବାରୁ ଅକ୍ସିଜେନ ପ୍ଲାଣ୍ଟ ମଧ୍ୟ ବନ୍ଦ ରହିଛି। ଏଭଳି କ୍ଷେତ୍ରରେ କାରଖାନାରେ କାର୍ଯ୍ୟରତ ପ୍ରାୟ ୪ହଜାର ଅଧିକାରୀ, ଶ୍ରମିକ ଓ କର୍ମଚାରୀଙ୍କ ଜୀବନଜୀବିକା ସଙ୍କଟରେ ପଡ଼ିଛି।
କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ୧୯୮୪ରେ ଦୈତାରୀ ନିକଟରେ ଦ୍ୱିତୀୟ ଇସ୍ପାତ କାରଖାନା ସ୍ଥାପନ ପାଇଁ ଏନ୍‌ଆଇଏନ୍‌ଏଲ୍‌ କମ୍ପାନୀ ପ୍ରତିଷ୍ଠା ହୋଇଥିଲା। ତେବେ ସମୟକ୍ରମେ ଓଡ଼ିଶା ସରକାର ଏହି କାରଖାନାକୁ ଚଳାଇବା ପାଇଁ ଏମ୍‌ଏମ୍‌ଟିସିକୁ ଭାଗୀଦାରି କରିଥିଲେ। ଏହାପରେ ଜମି ଅଧିଗ୍ରହଣ କରି ୨୦୦୦ରୁ ଉତ୍ପାଦନ ଆରମ୍ଭ ହୋଇଥିଲା। ଏଥିରେ ୬୬୮ ପରିବାରଙ୍କୁ ବିସ୍ଥାପିତ କରାଯାଇ ୪୫୨ ଜଣଙ୍କୁ ନିଯୁକ୍ତି ମିଳିଥିଲା। ଏନ୍‌ଆଇଏନ୍‌ଏଲ୍‌ରେ ଥିବା ୬ ଅଂଶୀଦାରଙ୍କ ପୁଞ୍ଜି ପ୍ରତ୍ୟାହାର ହେବ ବୋଲି ୨୦୨୦ ଜାନୁୟାରୀ ୮ରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଥିଲେ। ପରିଶେଷରେ ସେହି ବର୍ଷ ମାର୍ଚ୍ଚରେ କାରଖାନାକୁ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?