ନୀଳଗିରିକୁ ଚାଲିବ ଯାତ୍ରୀବାହୀ ଟ୍ରେନ୍‌

ସଜନାଗଡ଼, ୧।୧(ଡି.ଏନ.ଏ.) ରାଜାରାଜୁଡା ଅମଳରୁ ରେଳଧାରଣା ପଡ଼ିଥିଲେ ହେଁ ବାଲେଶ୍ୱର ଜିଲା ନୀଳଗିରିକୁ ପାସେଞ୍ଜର ଟ୍ରେନ ଚାଲିବାର ସ୍ବପ୍ନ ସାକାର ହୋଇଛି। ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଉଦ୍ୟମରେ ନୀଳଗିରି ନିକଟ ଗୋପୀନାଥପୁରକୁ ଆରମ୍ଭ ହେବାକୁ ଯାଉଛି ଯାତ୍ରୀବାହୀ ଟ୍ରେନ୍‌ ସେବା। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।
ବାଲେଶ୍ୱରରୁ ନୀଳଗିରି ଗୋପୀନାଥପୁର ପର୍ଯ୍ୟନ୍ତ ରେଳଲାଇନ୍‌ ସଂଯୋଗ ରହିଛି। ଏହି ରେଳଲାଇନ୍‌ର ବିଦ୍ୟୁତୀକରଣ ମଧ୍ୟ ହୋଇଛି। ସମସ୍ତ ଭିତ୍ତିଭୂମି ଥାଇ ମଧ୍ୟ ବାରମ୍ବାର ଅଞ୍ଚଳବାସୀ ଏକ ପାସେଞ୍ଜର ଟ୍ରେନ ଚାଲିଲେ ଖାଲି ନୀଳଗିରି ନୁହେଁ ମୟୂରଭଞ୍ଜ ଜିଲାବାସୀ ମଧ୍ୟ ଉପକୃତ ହେବେ ବୋଲି ଦାବି କରିଆସିଥିଲେ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କଠାରେ ଦାବି କରିଥିଲେ। ଏହି ବିଷୟକୁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁତ୍ୱର ସହ ନେଇଥିଲେ। ଗୁରୁବାର ରାତିରେ ଅଶ୍ୱିନ ବୈଷ୍ଣବ ଟୁଇଟ୍‌ କରି ନୀଳଗିରିକୁ ପାସେଞ୍ଜର ଟ୍ରେନ୍‌ ଚାଲୁ କରିବାକୁ ଲେଖିଥିଲେ। ଏନେଇ ଶୁକ୍ରବାର ଭାଜପା ନୀଳଗିରି କାର୍ଯାଳୟରେ ଏକ ଖବରଦାତା ସମ୍ମିଳନୀରେ ନୀଳଗିରିର ବିଧାୟକ ଇଂ. ସୁକାନ୍ତ କୁମାର ନାୟକ କେନ୍ଦ୍ର ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ। ଆସନ୍ତା ଜାନୁୟାରୀ ୭ରେ ନୀଳଗିରିରେ କେନ୍ଦ୍ର ରେଳମନ୍ତ୍ରୀ ବୈଷ୍ଣବ ଓ ବାଲେଶ୍ୱର ଏମ୍‌ପି ଷଡ଼ଙ୍ଗୀ ନୀଳଗିରି ଷ୍ଟେସନର ଶୁଭ ଶିଳାନ୍ୟାସ କରିବାର ସୂଚନା ଦେଇଥିଲେ। ଏହି ଖବରଦାତା ସମ୍ମିଳନୀରେ ଏମ୍‌ପିଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ, ପୂର୍ବତନ ନଗରପାଳ ରାଧାଗୋବିନ୍ଦ ଖଟୁଆ, କରୁଣାକର ପଣ୍ଡା, ଗଙ୍ଗାଧର ମିଶ୍ର, ପ୍ରଫୁଲ୍ଲ ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?