ଜୁଲାଇ ୩୧ ପର୍ଯ୍ୟନ୍ତ ଖୋଲିବନି ଖୋର୍ଦ୍ଧା ଜିଲାର ଏହି ୯ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୫ା୭(ବ୍ୟୁରୋ)/ ଖୋର୍ଦ୍ଧା ଅଫିସ – ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲାରେ ଥିବା ୯ଟି ଐତିହ୍ୟ କୀର୍ତ୍ତିରାଜିକୁ ସର୍ବସାଧାରଣଙ୍କ ପାଇଁ ନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲାରେ କୋଭିଡ୍‌-୧୯ ସଂକ୍ରମଣ ଦିନକୁ ଦିନ ଉଗ୍ର ରୂପ ନେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଜୁଲାଇ ୩୧ ପର୍ଯ୍ୟନ୍ତ ଖଣ୍ଡଗିରି, ଉଦୟଗିରି ସମେତ ୯ ପ୍ରମୁଖ ଐତିହ୍ୟସ୍ଥଳୀକୁ ବନ୍ଦ ରଖିବାକୁ ଜିଲା ପ୍ରଶାସନ ସ୍ଥିର କରିଛି। ଏନେଇ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଭୁବନେଶ୍ୱର ସର୍କଲ ମୁଖ୍ୟଙ୍କୁ ଜିଲାପାଳ ସୀତାଂଶୁ କୁମାର ରାଉତ ଚିଠି ଲେଖିଛନ୍ତି।
କରୋନା ସଂକ୍ରମଣ ଏଡ଼ାଇବା ପାଇଁ ମାର୍ଚ୍ଚ ୧୭ରୁ ଏଏସ୍‌ଆଇ ଦ୍ୱାରା ସଂରକ୍ଷିତ ଦେଶର ୩,୪୦୦ରୁ ଅଧିକ କୀର୍ତ୍ତିରାଜି, ଐତିହ୍ୟସ୍ଥଳୀ ଓ ସଂଗ୍ରହାଳକୁ ବନ୍ଦ କରାଯାଇଥିଲା। କିଛିଦିନ ତଳେ ସଂସ୍କୃତି ମନ୍ତ୍ରଣାଳୟ ଜୁଲାଇ ୬ରୁ ଏହାକୁ ଖୋଲିବାକୁ ଅନୁମତି ଦେଇଥିଲା। ଏ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୋଭିଡ୍‌ ନିୟମକୁ କଡାକଡି ପାଳନ କରି ଆବଶ୍ୟକ ବ୍ୟବସ୍ଥା କରିବାକୁ କୁହାଯାଇଥିଲା। ଏହି ଆଧାରରେ ଏଏସ୍‌ଆଇ ଭୁବନେଶ୍ୱର ସର୍କଲ୍‌ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରାଯାଇ ଐତିହ୍ୟସ୍ଥଳୀ ଖୋଲିବା ନିଷ୍ପତ୍ତି ଜିଲା ପ୍ରଶାସନ ଉପରେ ଛଡ଼ାଯାଇଥିଲା। କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଥିବା ଐତିହ୍ୟସ୍ଥଳୀକୁ ନ ଖୋଲିବାକୁ ନିର୍ଦ୍ଦେଶ ରହିଥିଲା। ତେଣୁ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରି, ଶିଶୁପାଳଗଡ଼, ଶାନ୍ତିସ୍ତୁପ ଧଉଳି, ଶ୍ରୀଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ପାପନାଶିନୀ ମନ୍ଦିର ଆଦି ଐତିହ୍ୟସ୍ଥଳୀକୁ ସୋମବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଥାନ୍ତା। ହେଲେ ଏହାଦ୍ୱାରା ସଂକ୍ରମଣ ବ୍ୟାପିବା ଆଶଙ୍କା ଥିବାରୁ ଖୋର୍ଦ୍ଧା ଓ ଭୁବନେଶ୍ୱରର ସମସ୍ତ ଐତିହ୍ୟସ୍ଥଳକୁ ନ ଖୋଲିବାକୁ ନିଷ୍ପତ୍ତି ନେଇଛି ଖୋର୍ଦ୍ଧା ଜିଲା ପ୍ରଶାସନ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri